ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲିଶଙ୍କରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବାଲିଶଙ୍କରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୨୪/୦୩/୨୫: ବାଲିଶଙ୍କରା ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।

   ଆଜି ମୋଟ ୮୪ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୪୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୩ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେଥି ମଧ୍ୟରୁ ୬ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା।

  ଆଜିର ଏହି ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ବାଲିଶଙ୍କରା ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

 

Related posts

ସାଧାରଣତନ୍ତ୍ର ଦିବସରେ ଅମର ଜବାନ ଙ୍କୁ ଅପମାନ !!

masiha

ରାଉରକେଲା ଆଇନ ମହାବିଦ୍ୟାଳୟରେ ଉତ୍କଳ ଦିବସ ପାଳନ 

masiha

ଭଗବାନ ଶ୍ରୀ ଗୌରାଙ୍ଗ ମହାପ୍ରଭୁଙ୍କ ଜନ୍ମ ଉତ୍ସବ ଗୌରପୂର୍ଣ୍ଣିମା ମହା ଆଡମ୍ବରରେ ପାଳିତ

masiha

Leave a Comment

error: Content is protected !!