ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ବିପୁଳ ପରିମାଣର ଦେଶୀ ମଦ ଜବତ, ୦୪ ଗିରଫ

ବିପୁଳ ପରିମାଣର ଦେଶୀ ମଦ ଜବତ, ୦୪ ଗିରଫ

 ମୟୂରଭଞ୍ଜ – ୨୩/୦୩ // ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମଧୁବନ, ଘୁଙ୍ଗୁ ପାହାଡି, ବଡାମତଳିଆ ଓ ଦୁମାଡ଼ିହି ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୮୯ ଲିଟର ଦେଶୀ ରନ୍ଧା ମଦ ଜବତ ସହିତ ମୋଟ ୦୪ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଉକ୍ତ ଚଢ଼ାଉରେ ସହ ଉପ-ନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଦିଲ୍ଲୀପ କୁମାର ଜେନା, ଅରୁଣ କୁମାର ମୁଦୁଲି, ବିପ୍ଳବ କୁମାର ମଲ୍ଲିକ, ରାଜେନ୍ଦ୍ର ସେନାପତି, ଫୁଲମଣୀ ହାଁସଦା ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ଦୁଇ ଫେରାର ଆସାମୀ ୱାରେଣ୍ଟି ବଳରେ ଗିରଫ

masiha

କୋଟି କୋଟି ଟଙ୍କା ହେରଫେର ଅଭିଯୋଗରେ ଯାମଦା ତହସିଲଦାର ମଧୁସ୍ମିତା ସିଂ ଅର୍ଥନୈତିକ ଅପରାଧିକ ଶାଖା ତରଫରୁ ଗିରଫ

Sunil Chandra Nayak

ମେଗାଲିଫ୍ଟ କେନାଲ ରୁ ବିଭାଗୀୟ ଯନ୍ତ୍ରୀ ଙ୍କ ଶବ ଉଦ୍ଧାର, ପୋଲିସ ର ତଦନ୍ତ ଜାରି

masiha

Leave a Comment

error: Content is protected !!