ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଝରିଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଝରିଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୨୪.୦୩.୨୦୨୫)ଆଜି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ ଚନ୍ଦ୍ର ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମାଝୀ ଓ ବି ଡି ଓ ମଧୁସୂଦନ ମାଝୀ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଜିଲ୍ଲାପାଳ ଡ଼ା ମହାପାତ୍ର ଏହାପରେ ଚକ୍ଲାପଦର ଗ୍ରାମ ପଞ୍ଚାୟତ ଗସ୍ତ କରି ଆଧାର କେନ୍ଦ୍ର ପରିଦର୍ଶନ ସହଚନ୍ଦନଧାରା ଗସ୍ତ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଓକିଲ ଙ୍କ ଅକାଳ ବିୟୋଗରେ ଶୋକ ସଭା 

ଚିଚିଆଠାରେ ପୋଷଣ ଅଭିଯାନ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

masiha

ଦୁର୍ଗା ଶଙ୍କର କର ଙ୍କ ପରଲୋକ 

masiha

Leave a Comment

error: Content is protected !!