ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ  ବିଭିନ୍ନ ସ୍କୁଲରେ ଅନୁଷ୍ଠିତ ହେଲା ବାର୍ଷିକ ଉତ୍ସବ

ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ 

ବିଭିନ୍ନ ସ୍କୁଲରେ ଅନୁଷ୍ଠିତ ହେଲା ବାର୍ଷିକ ଉତ୍ସବ

ଲାଞ୍ଜିଗଡ଼,୨୮/୦୩(ମନିସ)-ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର କ୍ଳଷ୍ଟର ଅନ୍ତର୍ଗତ ଭାଲୁଚଞ୍ଚରା, ଗୋପାଳପୁର, ପଲସାପଡା ଓ ପାଣିମୁଣ୍ଡା ସ୍କୁଲରେ ଆଜି ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଭାଲୁଚଞ୍ଚରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସମାରୋହରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେର ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ, ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ, ମୁଖ୍ୟବକ୍ତା ଭାବେ ଲାଞ୍ଜିଗଡ ପ୍ରେସ କ୍ଳବର ସଭାପତି ସୁଶୀଲ କୁମାର ବାଗ, ସମ୍ମାନିତ ଅତିଥି ଭାବେ ପୂର୍ବତନ ସରପଞ୍ଚ ସୁରେନ୍ଦ୍ର ମାଝୀ, ପୂର୍ବତନ ସମିତିସଭ୍ୟ ଦୁର୍ଯ୍ୟୋଧନ ମାଝୀ, କ୍ଳଷ୍ଟର ସଂଯୋଜକ କୁମାର ଗୌରବ ପରିଡ଼ା, ସ୍କୁଲ ପରିଚାଳନା କମିଟି ସଭାପତି କିରଣ ମାଝୀ, ୱାର୍ଡସଭ୍ୟ ସଦାଶିବ ମାଝୀ, ମିତା ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଅନିମା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବକୁ ଶିକ୍ଷକ ଦୈତାରୀ ମାଝୀ ପରିଚାଳନା କରିଥିବାବେଳେ ଶିକ୍ଷକ ବେଣୁଧର ଶବର, ସୁଶାନ୍ତ ବାରିକ, ନଳିନୀକାନ୍ତି ମାଝୀ, ଅଙ୍ଗନୱାଡି କର୍ମୀ ପୂଜା ମାଝୀ, ରୀତା ମାଝୀ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ମା ଗୋଜବାୟାଣୀ ମହିଳା ସଂକୀର୍ତ୍ତନ ମଣ୍ଡଳୀ ଦ୍ୱାରା ଅତିଥିଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ସେହିପରି ଗୋପାଳପୁର ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସମାରୋହରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଭାରତ ଭୂଷଣ ସାହୁ, ବିଶିଷ୍ଟ ଅତିଥି ଭାବେ ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ, ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ଶିକ୍ଷକ ଅନୀଲ କୁମାର ପାଢ଼ୀ, ସମ୍ମାନିତ ଅତିଥି ଭାବେ କ୍ଳଷ୍ଟର ସଂଯୋଜକ କୁମାର ଗୌରବ ପରିଡ଼ା, ସମାଜସେବୀ ବୀରେନ କୁମାର ପାଢ଼ୀ, ସ୍କୁଲ ପରିଚାଳନା କମିଟି ସଭାପତି ତପିନ୍ଦ୍ର ପଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଅରବିନ୍ଦ ଶବର ବାର୍ଷିକ ବିବରଣୀ ପାଠ କରିଥିବାବେଳେ ଶିକ୍ଷକ ମାନସରଞ୍ଜନ ଦୀପ ସଭା ପରିଚାଳନା ସହିତ ଧନ୍ୟବାଦ ଦେଇଥିଲେ। ପଲସାପଡା ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସମାରୋହରେ ମୁଖ୍ୟଅତିଥି ଭାବେ ସମାଜସେବୀ କିଶୋର କୁମାର ପୁରୋହିତ, ସମ୍ମାନିତ ଅତିଥି ଭାବେ ନାଏବ ସରପଞ୍ଚ ସଞ୍ଜୀବ ପଣ୍ଡା, ଅବସରପ୍ରାପ୍ତ ଶିକ୍ଷକ ଚକ୍ରଧର ପଣ୍ଡା, କ୍ଳଷ୍ଟର ସଂଯୋଜକ କୁମାର ଗୌରବ ପରିଡ଼ା, ବରିଷ୍ଠ ଶିକ୍ଷକ ତପନ ଭୋଇ, ଶରତ ଚନ୍ଦ୍ର ସାହାଣୀ, ସୁରେନ୍ଦ୍ର ବିଶ୍ୱାଳ, ରଞ୍ଜନ ବୁଦ୍ଧିଆ, ସନ୍ତୋଷ ପରିଡ଼ା, ବରିଷ୍ଠ ନାଗରିକ ଅଶୋକ ପୁରୋହିତ, ଦେବାର୍ଚ୍ଚନ ପଣ୍ଡା, ସନାତନ ପଣ୍ଡା, ସ୍କୁଲ ପରିଚାଳନା କମିଟି ସଭାପତି ଲିଙ୍ଗରାଜ ମାଝୀ ପ୍ରମୁଖ ମଂଚାସୀନ ଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଚିନ୍ତାମଣି ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପୁରୋହିତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ପରିଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। 

( ମ ନି ସ ) 

 

Related posts

କଳାହାଣ୍ଡି ଜିଲ୍ଲା ରେ ୫ଟି ଉପକ୍ରମ ରେ “ଆମ ହସ୍ପିଟାଲ” ଯୋଜନା ଆଭାସୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

masiha

ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି,ରାଇରଙ୍ଗପୁର ବ୍ଳକ ଶାଖା ତରଫରୁ ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ଯାଳୟ‌ସମ୍ମୁଖରେ ୬ ଦଫା ଦାବିନେଇ ବିକ୍ଷୋଭ ଏବଂ ଦାବିପତ୍ର‌ ପ୍ରଦାନ

Sunil Chandra Nayak

ଆସିକା ଓକିଲ ସଂଘ କର୍ମକର୍ତ୍ତାଙ୍କ ଶପଥଗ୍ରହଣ

masiha

Leave a Comment

error: Content is protected !!