ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ 

ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ 

 କୋରାପୁଟ ଜିଲ୍ଲା ସଦର ମହକୁମାରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ କୋରାପୁଟ ସହରରେ ସ୍ଥାପନ କରାଯାଇଥିବା ସ୍ୱାଧୀନତା ସଂଗ୍ରାମୀ ଓ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, କୋରାପୁଟ ଜିଲ୍ଲାପାଳ ଭି କିର୍ତ୍ତୀ ୱାସନ, ଅତିରିକ୍ତ ଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତି, କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ , ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି, ସମାଜସେବୀ ରୂପକ ତୁରକ ପ୍ରମୁଖଙ୍କ ସହ ଛାତ୍ରଛାତ୍ରୀ ମାନେ ଶୋଭାଯାତ୍ରା କରି ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଶୋଭାଯାତ୍ରାରେ କୋରାପୁଟ ପାଇକ ଆଖଡ଼ା ସଦସ୍ୟ ମାନେ କଳା କୌଶଳ ପ୍ରଦର୍ଶନ କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଗମ୍ଭାରୀଗୁଡା ଧାନ ମଣ୍ଡିରେ କଳାକାର ସଙ୍ଘ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ଏନ ଏସ ଏସ ଶୀତକାଳୀନ ସ୍ୱତନ୍ତ୍ର ଶିବିର ଉଦ୍ଘାଟିତ

Sunil Chandra Nayak

ଏଜେଓ ହାଇସ୍କୁଲ ଠାରେ ଜିଲ୍ଲା ସ୍ତରୀୟ ଜୁନିଅର ରେଡ଼କ୍ରସ ଦୁଇ ଦିନିଆ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!