ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ 

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ 

ଲାଞ୍ଜିଗଡ, ୦୨/୦୪(ମନିସ)-ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଜି ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଧାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନିର୍ମାଣ ପାଇଁ ଶିକ୍ଷା ଅତ୍ୟନ୍ତ ଆବଶ୍ୟକ ବୋଲି କହିବା ସହିତ ଜାତୀୟ ଶିକ୍ଷାନୀତିର ସଠିକ କାର୍ଯ୍ୟକାରିତା ଓ ଶିଶୁ ବାଟିକାର ନୂତନ ଉପଲବ୍ଧି ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ ନାୟକ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ, ଭାରତଭୂଷଣ ସାହୁ, ଲକ୍ଷ୍ମୀପ୍ରିୟା ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଅନ୍ୟତମ ଅତିଥି ଭାବେ କାନକୁଟ୍ରୁ ସମିତି ସଭ୍ୟ ମନୋହର ହରପାଲ, ପାହାଡ଼ପଦର ସମିତିସଭ୍ୟ ଜଗଦୀଶ ବେନିଆଁ, ବିଶ୍ୱନାଥପୁର ସରପଞ୍ଚ ସୁରଥ ମାଝୀ, ସମିତିସଭ୍ୟ ଅଜିତ ପ୍ରଧାନୀ ପ୍ରମୁଖ ମଂଚାସୀନ ଥିଲେ। ଏହି ଅବସରରେ କ୍ଳଷ୍ଟର ସଂଯୋଜକ ଓ ଅଭିଭାବକମାନେ ସାମିଲ ଥିଲେ। କ୍ଳଷ୍ଟର ସଂଯୋଜକ ମନୋଜ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ମୁଣ୍ଡ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ବ୍ଲକର ସମସ୍ତ ସ୍କୁଲରେ ଆଜି ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। 

ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଏମ ରାମପୁରଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ  ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ବାଢୁଣିଆ ଗାଁରେ କାଳ ବୈଶାଖୀ ରଚିଲା ତାଣ୍ଡବ ଲୀଳା

Leave a Comment

error: Content is protected !!