ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ ଜଳସଂପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ ବିଭାଗର ରୂପାନ୍ତରଣ ପଦକ୍ଷେପ ସଂପର୍କରେ ଉପସ୍ଥାପନ କରିଥିଲେ। ଏହି ଉପସ୍ଥାପନା ଅନୁଯାୟୀ ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ଏଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ବବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି। ଏହାଦ୍ବାରା ଓଡିଶାର ଜଳସଂପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ ୫-ଟି କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳସଂପଦ ବିଭାଗ ର ପ୍ରଶଂସା କରିଥିଲେ ଏବଂ ବିଭାଗୀୟ ଯନ୍ତ୍ରୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ବଲାଙ୍ଗୀର, କେନ୍ଦୁଝର ଓ ମୟୁରଭଂଜ ଆଦି ଜିଲ୍ଲାର ଜିଲ୍ଲାପାଳମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ବରାନ୍ବିତ କରାଯାଇଛି, ସେ ସଂପର୍କରେ ସୂଚନା ଦେଇଥିଲେ। ଏହି ଉପସ୍ଥାପନରେ ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସୂଚନା ଦିଆଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଇଆସିଛନ୍ତି। ସ୍ବଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ସେ କହିଥିଲେ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

କବିତା – କୁହୁଡି ବସା

Sunil Chandra Nayak

ଆହାରବନ୍ଧ ପଞ୍ଚାୟତରେ ବିଜେଡ଼ିର ଜନସଂପର୍କ ପଦଯାତ୍ରା 

Sunil Chandra Nayak

ଜାତୀୟ ରାଜପଥ ଉପରେ ଦିନ ଦ୍ଵିପ୍ରହରେ ଟଙ୍କା ଲୁଟ୍

Sunil Chandra Nayak

Leave a Comment

error: Content is protected !!