ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡିଆ ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ 

ଓଡିଆ ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ 

ଡାବୁଗାଁ, ୧୦/୪ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡିଆ ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପ୍ରଥମରେ ବ୍ଲକର ବରପୁତ୍ର ମାନଙ୍କ ଉପରେ ଆଲୋଚନା କରାଯାଇଥିଲା | ଯୁବ ଲେଖକ ମାନେ ଉପସ୍ଥିତ ରହି ନିଜର ସ୍ଵରଚିତ କବିତା ଗାନ କରିଥିଲେ | ଶେଷରେ ବରିଷ୍ଠ କଳାକାର ମାନଙ୍କୁ ଉପଢୌକନ ଓ ପ୍ରମାଣପତ୍ର ଦେଇ ସମ୍ମାନୀତ କରଯାଇଥିଲା ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଆକାଂକ୍ଷା ବ୍ଲକ ସହଭାଗୀ ମୋନାଲ ପରିଡା, ଯୁବ ଲେଖକା ଲେଖକ, କବି ଓ ଆଦିବାସୀ ନାଟଗୁରୁ ମାନେ ଯୋଗ ଦେଇଥିଲେ | ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଢେଙ୍କାନାଳ ପୌରାଞ୍ଚଳର ତିନି ନମ୍ବର ୱାର୍ଡ ମଧୁବନରେ ନନ୍ଦିନୀ ଶତପଥି ଶିଶୁ ଉଦ୍ୟାନର ପ୍ରାଚୀର ନିର୍ମାଣ କାର୍ଯ୍ୟ ଆରମ୍ଭ 

Sunil Chandra Nayak

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

masiha

ବିଦ୍ୟୁତ୍ ଆଘାତରେ ଜଣେ ମୃତ 

Sunil Chandra Nayak

Leave a Comment

error: Content is protected !!