ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଆ ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟି ,ବରିଷ୍ଟ କଳାକାରଙ୍କୁ ସମ୍ବର୍ଦ୍ଧନା

ଓଡ଼ିଆ ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟି ,ବରିଷ୍ଟ କଳାକାରଙ୍କୁ ସମ୍ବର୍ଦ୍ଧନା

 ଭବାନୀପାଟଣା: ତା 10.4.2025 ଓଡ଼ିଆ ପକ୍ଷ ପାଳନ ର ଦଶମ ଦିନରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, କଳାହାଣ୍ଡି ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଲୋକକଳା ଗ୍ରାମ ପରିଦର୍ଶନ, ଲୋକକଳା ପାଇଁ ଦିନଟିଏ ଓ ବରିଷ୍ଠ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।ଏହି ଅବସରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଜିଲ୍ଲାର ଲୋକକଳା ଗ୍ରାମ ଛୁରିଆଗଡ଼ ପରିଦର୍ଶନରେ ଯାଇ କଳାଗ୍ରାମ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡିଆ ପକ୍ଷ ପାଳନ ସମ୍ପର୍କରେ ଉଲ୍ଲେଖ କରି ଲୋକ କଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ର ମହତ୍ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଠ କଳାକାର ମାନଙ୍କୁ ମୁଖ୍ୟ ଅତିଥି ଜିଲ୍ଲାପାଳଙ୍କ ଦ୍ଵାର ସମ୍ମାନିତ କରାଯାଇଥିଲା। ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜୁନାଗଡ ଦେବାଶିଷ କର,ତହସିଲଦାର ସୁମି ସୋରେନ, ଶିକ୍ଷାବିତ ଡ, ଅଜୟ କୁମାର ମିଶ୍ର, ଅଶୋକ କୁମାର ପଟ୍ଟନାୟକ,ଯୋଗଦେଇ ଥିଲେ। ସନ୍ଧ୍ୟାରେ ସ୍ଥାନୀୟ ଟାଉନ ହଲ ଠାରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦର ୱାନ ଙ୍କ ଅଧ୍ୟକ୍ଷତାରେ ବରିଷ୍ଠ କଳାକାର ମାନଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ କୁଳପତି ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ କଳାହାଣ୍ଡି, ଡଃ ନିବେଦିତା ନାଥ,ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଉପ ଜିଲ୍ଲାପାଳ,ଭବାନୀପାଟଣା, ପ୍ରଭାତ କୁମାର ପରିଡା, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଡା ବିଜୟ କୁମାର ମିଶ୍ର, ସଂସାଦ କଳାହାଣ୍ଡି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ବି ଡି ଓ, ଚନ୍ଦନ ଭୋଇ ଯୋଗଦେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଉଲ୍ଲେଖ କରି ଲୋକକଳା ପାଇଁ ଦିନଟିଏ ପାଳନ କାର୍ଯ୍ୟକ୍ରମ ର ମହତ୍ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ର 18 ଜଣ ବରିଷ୍ଠ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ।ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲା ବେଳେ ସମସ୍ତ କାର୍ଯ୍ୟକ୍ରମ କୁ ସତ୍ୟନାରାୟଣ ମହାପାତ୍ର ପରିଚାଳନା କରିଥିଲେ। 

( ମ ନି ସ ) 

Related posts

ଜାତୀୟ ସ୍ତରୀୟ ଆଲୋଚନା ଚକ୍ର ଏବଂ ନାଗରିକ ସମ୍ମାନ ସମାରୋହ

masiha

ଯୋରନ୍ଦା ମହିମା ମହାବିଦ୍ୟାଳୟର ଛାତ୍ରୀ ଲକ୍ଷ୍ମୀପ୍ରିୟା ମହାନ୍ତି ହେଲେ ଯୁକ୍ତ ଦୁଇ କଳା ପରୀକ୍ଷାରେ ଢେଙ୍କାନାଳ ଜିଲ୍ଲା ଯୁଗ୍ମ ଟପ୍ପର

Sunil Chandra Nayak

ଗ୍ରାମାଞ୍ଚଳରେ ସ୍ୱଛତା ମିଶନ ଏବେ ଅବ୍ୟବସ୍ଥା ରେ ପରିଣତ, ରାସ୍ତାକଡ଼ ପାଲଟିଛି ମୁଜ୍ତାକାଶ ଶୌଚାଳୟ 

masiha

Leave a Comment

error: Content is protected !!