ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା ଚକ୍ର 

ଓଡିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା ଚକ୍ର 

   ଭବାନୀପାଟଣା:ତା 12.5.2025 ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି କଳାହାଣ୍ଡି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ “ଓଡ଼ିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା ଚକ୍ର” ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ କୁଳପତି ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ କଳାହାଣ୍ଡି ଡ. ନିବେଦିତା ନାଥ ଯୋଗଦେଇ ଓଡ଼ିଆ ପକ୍ଷ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଏଥିରେ କନ୍ଦାଗଡର ପଥର ଶିଳ୍ପୀ ଗୋବିନ୍ଦ ମାଝିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ମାନିତ ବକ୍ତା ଭାବରେ ଅଧ୍ୟାପକ ଡୋଳାମଣି ଧାରୁଆ, ଅଧ୍ୟାପକ ପରମେଶ୍ବର ମୁଣ୍ଡ, ଅଧ୍ୟାପକ ମୋହନ ଚରଣ ବିଶି, ଶିକ୍ଷାବିତ୍ ତଥା ବିଶିଷ୍ଟ ନାଟ୍ୟକାର ଡ଼ ଉମେଶ ଚନ୍ଦ୍ର ଶତପଥୀ ଓ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ଗାଳ୍ପିକ ଡିଲେଶ୍ୱର ରଣା, ସତ୍ୟନାରାୟଣ ମହାପାତ୍ର, ଯୋଗ ଦେଇଥିଲେ। ଆଲୋଚନା ଚକ୍ରରେ ଓଡ଼ିଶାର ବରପୁତ୍ର ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ସହିଦ ରେଣ୍ଡୋ ମାଝୀ, ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଭୁବନେଶ୍ୱର ବେହେରା ଓ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପ୍ରାପ୍ତ ନାଟ୍ୟରଶ୍ମୀ ପ୍ରଫୁଲ୍ଲ ରଥ ଙ୍କ ଉପରେ ସମ୍ମାନିତ ବକ୍ତା ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏଥିରେ ବିଭିନ୍ନ ବିଭାଗୀୟ ଅଧିକାରୀ,ବିଦ୍ୟାଳୟ, ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ,ଶୀକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ସ୍ବାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ। 

( ମ ନି ଶ ) 

Related posts

ରିଷିଡ଼ାରେ ଚୈତ୍ର ମହୋତ୍ସବ ଓ ଝାମୁଯାତ୍ରା

masiha

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

masiha

ଜେକେ କାଗଜ କଳ ରେ ରକ୍ତଦାନ ଶିବିର 

masiha

Leave a Comment

error: Content is protected !!