ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ମୋଟ ୯୨ ଟି ଅଭିଯୋଗ ର ହେଲା ଶୁଣାଣୀ.

 ମୟୂରଭଞ୍ଜ :ତା ୧୫-୦୪-୨୦୨୫ ରିଖ  // ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ଉପଖଣ୍ଡ ଚିକିତ୍ସାଧିକାରୀ ଡାକ୍ତର ରବୀନ୍ଦ୍ର କୁମାର ମାର୍ଣ୍ଣି ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ, ରାଇରଙ୍ଗପୁର ଶ୍ରୀ ଗୋକୁଳାନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରାରମ୍ଭ ରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ।

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୯୨ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୭୫ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୭ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା ।

 ଆପତ୍ତି ଅଭିଯୋଗ ଗୁଡିକର ଶୁଣାଣି କରି ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ନବରଙ୍ଗପୁର ଜିଲ୍ଲା ରେ ଧୁମଧାମରେ ପାଳନ ଖ୍ରୀଷ୍ଟମାସ ପର୍ବ

Sunil Chandra Nayak

ଶିକ୍ଷା ଏବଂ ସଂସ୍କାର ପ୍ରଣାଳୀ “ବର୍ଣାଳି ” ର୍ଅଭ୍ୟାସ ଟେକ୍ନୋ ସ୍କୁଲ ,ପଦ୍ମପୁର ଠାରେ ଆଜି ସମ୍ପୁର୍ଣ ଅଲଗା ଏବଂ ନିଆରା କାର୍ଯ୍ୟକ୍ରମ କବିତା ଆସର ଅନୁଷ୍ଠିତ 

masiha

ଲକ୍ଷ୍ମୀପୂଜା ମଣ୍ଡପ ନିର୍ମାଣ ବିଲ୍ ପାଇନଥିବା ଅଭିଯୋଗ ନେଇ ଠିକାଦାରଙ୍କ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ

Sunil Chandra Nayak

Leave a Comment

error: Content is protected !!