ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଧର୍ମଗଡ଼ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

 କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୭ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୪ ଗୋଟି ଓ ସାମୂହିକ ୩ ଗୋଟି ରହିଥିବା ବେଳେ ୫ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଧର୍ମଗଡ଼ ଧିମାନ ଚକମା, ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପଟ୍ଟଯୋଷୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ, ତହସିଲଦାର ସଂଜୟ ସାମନ୍ତରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ମିନତୀ ଲତା ଦାସ, ଏସ.ଡି.ପି.ଓ. ଧର୍ମଗଡ଼ ମନୋଜ ବେହେରା, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର,ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲା, ସହ ନିର୍ଦ୍ଦେଶକ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। 

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି…

masiha

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିର ଉଦଯାପିତ 

masiha

ଜିଲ୍ଲା ସ୍ତରୀୟ ଯୁବ ବିନିମୟ କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!