ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦାହାଣ୍ଡି ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଚନ୍ଦାହାଣ୍ଡି ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୨୧.୦୪.୨୦୨୫)(ରବି ନାରାୟଣ ମହାନ୍ତି) ଆଜି ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଯଦୁମଣି ନାୟକ, ଭାରପ୍ରାପ୍ତ ବି ଡି ଓ ମନୋଜ ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଚିହ୍ନଟ ୨ ଜଣ ଦିବ୍ୟାଙ୍ଗ ଙ୍କୁ ହୁଈଲ ଚେୟାର ଓ ୧୮ଜଣ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ଦିବ୍ୟଙ୍ଗଙ୍କୁ ମାସିକ ସହାୟତା ୧୦୦୦ ଟଙ୍କା କାର୍ଡ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ରୋଟାରୀ କ୍ଲବ ଅଫ ରାଉରକେଲା ର ସ୍ଥାପନା ଦିବସ ପାଳିତ 

masiha

ଦାସୀ ଗାଁ ପଞ୍ଚାୟତ ରେ ଭତ୍ତା ବାଣ୍ଟିଲେ ବିଧାୟକ

Sunil Chandra Nayak

ଦିଲ୍ଲୀରେ ଚାଲିଥିବା ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଉପରେ ବର୍ବର ଲାଠିଚାଳନା ପ୍ରତିବାଦରେ ଏଆଇଡିଏସଓ ପକ୍ଷରୁ ଦେଶବ୍ୟାପୀ ଆନ୍ଦୋଳନର ଡାକରା

Sunil Chandra Nayak

Leave a Comment

error: Content is protected !!