ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବଡ଼ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବଡ଼ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୨୧/୦୪/୨୫: ଆଜି ଜିଲ୍ଲା ପ୍ରଶାସନ ଦ୍ବାରା ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ର ଶୁଣାଣି କରିଥିଲେ। 

         ଆଜି ମୋଟ ୫୫ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୩ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। 

     ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଝରାଡିହି ସରକାରୀ ଉଚ୍ଚ ବିଦ୍ୟାଳୟର ବାଷିକ ମହୋସବ ପାଳିତ

Sunil Chandra Nayak

ସାର ପାଇଁ ପଟ୍ଟା ବାଧ୍ୟ କୁ ନେଇ ତହସିଲ କାର୍ଯ୍ୟାଳୟ ଘେରାଉ କଲା ଚାଷୀ ମୁଲିଆ ଆଦିବାସୀ ସଙ୍ଘ

Sunil Chandra Nayak

ଔପଦା ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ସେବା ସଂସ୍ଥା(ଏନଏସ୍ଏସ) ର ଶୀତ କାଳୀନ ଶିବିରର ଶୁଭ ଉଦ୍ଘାଟନ 

masiha

Leave a Comment

error: Content is protected !!