ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ 

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ 

ଡାବୁଗାଁ, ୨୪/୪ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ଶ୍ରୀନିବାସ କଲ୍ୟାଣ ମଣ୍ଡପ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ଗୁରୁବାର ପାଳିତ ହୋଇଯାଇଛି | ଏଥିରେ ଆଭାସୀ ମାଧ୍ୟମରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡିଶାର ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ଉଦବୋଧନର ସିଧା ପ୍ରସାରଣ ଲୋକେ ଦେଖିଥିଲେ | ଏହାସହ ବ୍ଲକ ର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ପୁରସ୍କୃତ କରାଯାଇଥିଲା | ଶେଷରେ ୨୩ ଜଣ ଙ୍କୁ ନୂତନ ରାଶନ କାର୍ଡ ବଣ୍ଟନ କରଯାଇଥିଲା | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ସମସ୍ତ ସରପଞ୍ଚ, ସମିତି ସଭ୍ୟା ସଭ୍ୟ ଓ ବହୁ ଜନସାଧାରଣ ମାନେ ଯୋଗ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କଳାକାର ସମାଜ ପ୍ରତି ସରକାରଙ୍କ ଶୁଭଦୃଷ୍ଟି ପଡ଼ୁ : ବ୍ଲକ କଳାକାର ସଂଘ 

Sunil Chandra Nayak

ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ

masiha

Leave a Comment

error: Content is protected !!