ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ

ମୟୂରଭଞ୍ଜ – ୨୬/୦୪ // ମୟୁରଭଞ୍ଜ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅସନଶିଖର ଓ ଦାମବେଡ଼ା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୪୨୦ ଲିଟର ଦେଶୀ ରନ୍ଧା ମଦ ଓ ୧୨୮୦୦ ଲିଟର ମହୁଲ ପୋଚ ଜବତ କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଛି । ଜବତ ହୋଇଥିବା ଦେଶୀ ରନ୍ଧା ମଦ ଓ ମହୁଲ ପୋଚ ର ଆନୁମାନିକ ମୂଲ୍ୟ ୦୭ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଣଜିତ ସବର, ସହ ଉପ-ନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଅରୁଣ କୁମାର ମୁଦୁଲି, ବିପ୍ଳବ ମଲ୍ଲିକ, ବୁଦ୍ଧଦେବ ମହନ୍ତ, ସଞ୍ଜୀବ ମହାପାତ୍ର, ରାଜେନ୍ଦ୍ର ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୦୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ସାଇକଲ ଷ୍ଟୋର ଉପରେ ଜିଏସ୍ଟି ଚଢ଼ାଉ

masiha

ଜୁନାଗଡ଼ ନୂତନ ଥାନାଧିକାରୀଙ୍କୁ ସାମ୍ବାଦିକ ସଂଘର ଶୁଭେଚ୍ଛା

masiha

ବେକରେ ଦୌଡି ଦେଇ ଜଣଙ୍କର ଆତ୍ମ ହତ୍ୟା କାରଣ ଅସ୍ପଷ୍ଟ

masiha

Leave a Comment

error: Content is protected !!