ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡିଶାର ବିମାନ ଚଳାଚଳ ଭିତ୍ତିଭୂମିକୁ (Civil Aviation) ବିଶ୍ୱସ୍ତରୀୟ କରାଯିବ

ଓଡିଶାର ବିମାନ ଚଳାଚଳ ଭିତ୍ତିଭୂମିକୁ (Civil Aviation) ବିଶ୍ୱସ୍ତରୀୟ କରାଯିବ

ପାରାଦୀପରେ ହେବ ନୂଆ ଏୟାରପୋର୍ଟ,
ପୁରୀ ବିମାନବନ୍ଦର ପ୍ରାକ-ପ୍ରସ୍ତୁତି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ 

ଭୁବନେଶ୍ୱର ୦୧ ମଇ ୨୦୨୫ //       ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି।    ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।     

 ଏଥିସହିତ ରାଜ୍ୟର ୧୫ ଟି ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ର (BPAC)ର ବିକାଶ ସମ୍ବନ୍ଧରେ ଏହି ବୈଠକରେ ଆଲୋଚନା ହୋଇଥିଲା। ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଥିଲା।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର, ହେଲିପ୍ୟାଡ୍ ଏବଂ ଡ୍ରୋନ୍ ହବ୍ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଥିଲେ। ଏଥିସହିତ ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ବିମାନବନ୍ଦର ଗୁଡିକର କାର୍ଯ୍ୟ ଦକ୍ଷତାକୁ ଆହୁରି ବିକାଶ କରିବା ଏବଂ ଏହାର ଆଧୁନିକୀକରଣ କରିବା ବିଷୟରେ ସେ ଗୁରୁତ୍ୱାରୋପ କରିଥିଲେ। ରାଷ୍ଟ୍ରାୟତ୍ତ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ, ବିମାନ ସଂଯୋଗ ବୃଦ୍ଧି, ବିମାନ ଚଳାଚଳ ୟୁନିଟ୍‌ର ଦକ୍ଷତା ବୃଦ୍ଧି ସହିତ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

   ରାଜ୍ୟର ବୃଦ୍ଧି ପାଉଥିବା ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଆଧୁନିକ ଭିତ୍ତିଭୂମି ଏବଂ ଉନ୍ନତ ମାନବ ସମ୍ବଳର ପ୍ରସ୍ତାବ ସହିତ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପୁନର୍ଗଠନ ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିଲା।ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଇପିକଲ୍‌ର ଏମ୍‌.ଡି ଶ୍ରୀ ଭୂପିନ୍ଦର ସିଂ ପୁନିଆ, ଡାଇରେକ୍‌ଟର, ସିଭିଲ ଆଭିଏସନ୍ ଶ୍ରୀମତୀ ଦେବଦତ୍ତା ସୁରଞ୍ଜିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଅକ୍ଷୟ ବିଶ୍ଵାଳ ମସିହା ନିଉଜ

Related posts

ମା’ ବିରଜା ପୀଠରେ ୧୨ ପର୍ଯ୍ଯାୟ କମ୍ବଳ ବାଣ୍ଟିଲା ମୋ ଅନୁଷ୍ଠାନ ସାହିତ୍ୟ ସଂସଦ

masiha

ବହୁ ଚର୍ଚ୍ଚିତ ଵହଳଦା- ତିରିଂ ରାସ୍ତା ଦୁର୍ଘଟଣାରେ ୪ ମୃତକଙ୍କୁ କ୍ଷତିପୂରଣ ନେଇ ୨୫ଘଣ୍ଟାରୁ ଉର୍ଦ୍ଧ୍ବ ରାସ୍ତାରୋକ, ପ୍ରଶାସନ ର ହସ୍ତକ୍ଷେପ ପରେ ସମାଧାନର ବାଟ ଫିଟିଲା

masiha

Awareness Campaigns Launched to Prevent Forest Fires in Singpur Range, Sikai Village Benefits

masiha

Leave a Comment

error: Content is protected !!