ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

 ନୂଆପଡା, ନୂଆପଡ଼ା ସଦ୍ଭାବନା ସଭା ଗୃହଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜି ଆର୍ ରେଡ୍ଡି ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଆସିଥିବା ସମସ୍ତ ୮୬ ଗୋଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ ୬୮ ଟି ବ୍ୟକ୍ତିଗତ ଓ ୧୮ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। କୁକୁଡ଼ାତାଲ ଗାଁ ର ଶ୍ରବଣ ବାଧିତ ମହିଳା ନନ୍ଦିନୀ ଦାଶଙ୍କୁ ଗୋଟିଏ ଶ୍ରବଣ ଯନ୍ତ୍ର ଯୋଗାଇ ଦିଆଗଲା। ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ,ବନଖଣ୍ଡ ଅଧିକାରୀ ବନ୍ୟ ଜନ୍ତୁ- ମହାଦେବ ବଡ଼ାଇକ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା , ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲ୍ଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ଭରତ ଲାଲ ସାହୁ ଓ ଉମା ଠାକୁର ପ୍ରମୁଖ ଉପସ୍ଥିତ ଥିଲେ l ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ , ଡେପୁଟି କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ ସମସ୍ତ ପ୍ରଶାସନିକ ଅଧିକାରୀ, ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ର ଆୟୋଜନ ହୋଇଥିଲା ଯେଉଁଠାରେ ସ୍ଵାସ୍ଥ୍ୟ ବିଶେଷଜ୍ଞଡଃ ରମେଶ ଚନ୍ଦ୍ର ପାଠକ, ଡଃ ଅନୁପ କୁମାର ଅଗ୍ରୱାଲ ପ୍ରମୁଖ ଚିକିତ୍ସା ସେବା ଯୋଗାଇ ଦେଇଥିଲେ l ସେହିପରି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଗୋଟିଏ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା l ଶିବିରରେ ଅଭିଯୋଗ ପାଇଁ ଆସୁଥିବା ବ୍ୟକ୍ତି ମାନଙ୍କ ପାଇଁ ଛାୟା, ଚୌକି ଓ ପିଇବା ପାଣି ବ୍ୟବସ୍ଥା କରା ଯାଇଥିଲା । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଣି ସମ୍ପଦ ବିଭାଗ ଦ୍ଵାରା କାଦୋମେରୀ ପଞ୍ଚାୟତରେ ଏକ ପ୍ରାଣୀ ଚିକିତ୍ସା ଶିବିର ଆୟୋଜନ କରାଯାଇଥିଲା ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

କଳାରୁଦ୍ର ଯୁବକ ସଂଘ ପକ୍ଷରୁ ଜଳ ସଂରକ୍ଷଣ କାର୍ଯ୍ୟକ୍ରମ

ଚାଷୀଙ୍କ ଲ୍ୟାମ୍ପ ଘେରାଓ ଘଟଣା ତଦନ୍ତ କଲେ ଜିଲା ଅଧିକାରୀ 

masiha

ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଆତ୍ମ ସୁରକ୍ଷା ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!