ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୦୫.୦୫.୨୦୨୫)(ରବି ନାରାୟଣ ମହାନ୍ତି) ଆଜି ପୌରପାଳିକା ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ନବରଙ୍ଗପୁର ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୫୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ରହିଥିଲା।୫ ଟି ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ଜଣେ ଛୋଟ ବ୍ୟବସାୟୀ ଅଶୋକ ଗୁପ୍ତା ଙ୍କ ୧ ଲକ୍ଷ ଟଙ୍କା ର ଡି ଆର୍ ଆଇ ଋଣ ଅନୁମୋଦନ ହୋଇ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ସୁବ୍ୟବସ୍ଥିତ ଭୋଟର ଶିକ୍ଷା ଓ ନିର୍ବାଚନ ପ୍ରକ୍ରିୟାରେ ଭାଗୀଦାରି କାର୍ଯ୍ୟକ୍ରମ :ରାଇରଙ୍ଗପୁର,ଜାମଦା ଓ ବହଳଦା ଠାରେ ଭୋଟର ସଚେତନତା ଶିବିର ଅନୁଷ୍ଠିତ

Sunil Chandra Nayak

ପଥର କୁଆରୀ ଲିଜ ନଦେବା ପାଇଁ ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ

Sunil Chandra Nayak

ସରକାରୀ ରାଖାସାହି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଳବ୍ ର ବାର୍ଷିକୋତ୍ସବ

masiha

Leave a Comment

error: Content is protected !!