ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

 କାଶୀପୁର /ରାୟଗଡ/୧୩-୦୫-୨୦୨୫: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ସମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ, ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଡାକ୍ତର ମମତା ସାହୁ, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ lଆଜି ମୋଟ ୪୩ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୩୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l  

ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

   

Related posts

ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରିଣୀଙ୍କ ବଦଳି ଦାବିରେ ଅଧ୍ୟକ୍ଷା ଓ କାଉନସିଲର ମାନଙ୍କ ଅନଶନ

Sunil Chandra Nayak

ସାଧାରଣ ଜନତାଙ୍କ ମଧ୍ୟରେ ସମ୍ବିଧାନର ଅବଧାରଣା ଆବଶ୍ୟକ ମହାବୀରପଡ଼ା ସିଭିଲ ସୋସାଇଟିର ବାର୍ଷିକ ଉତ୍ସବ

Sunil Chandra Nayak

ଆମ ହସ୍ପିଟାଲର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ

masiha

Leave a Comment

error: Content is protected !!