ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସୁନ୍ଦରଗଡ଼ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୧୯/୦୫/୨୫: ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସୁନ୍ଦରଗଡ଼ ସଦର ମହକୁମାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ। 

  ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୋଟ ୮୫ ଗୋଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୫୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨୭ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେଥି ମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୨ ଗୋଟି ଏବଂ ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ୩ ଗୋଟି ଆବେଦନ ରହିଥିଲା। 

   ଆଜିର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ଶ୍ରୀ ପ୍ରଦୀପ ମୀରାସେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଶୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶାନ୍ତା ନୂତନ ସାମଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। 

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

TRIBAL RIGHTS FIRST: MP Niranjan Bishi Demands Full ST Reservation in Odisha Panchayat Polls 2027

Sunil Chandra Nayak

ରାଇରଙ୍ଗପୁର ନୂତନ ଜିଲ୍ଲା ଦାବି ରେ ବାମନଘାଟି ବନ୍ଦ ନେଇ ରାଇରଙ୍ଗପୁର ବ୍ଳକ ସ୍ତରୀୟ ପ୍ରସ୍ତୁତି ବୈଠକ

Sunil Chandra Nayak

ବିଭିନ୍ନ ଦାବି ନେଇ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ବେଜେପି ନେତା ଠାକୁର ରଞ୍ଜିତ ଦାସ

masiha

Leave a Comment

error: Content is protected !!