ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ 

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ 

ଡାବୁଗାଁ, ୨୩/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ର ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ ମୁଣ୍ଡୀଗୁଡା ଗ୍ରାମରେ ନିର୍ମାଣଧୀନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ଶୁକ୍ରବାର ଅପରାହ୍ନରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରିଦର୍ଶନ କରିଛନ୍ତି | ଏଥିରେ ନିର୍ମାଣଧୀନ ଗୃହ ର କାର୍ଯ୍ୟ ବୁଲି ଦେଖିବା ସହ ଶୀଘ୍ର କାର୍ଯ୍ୟ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ | ଏହି ପରିଦର୍ଶନ ସମୟରେ ଜିଲା ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଡାବୁଗାଁ ବିଡିଓ ଶରତ ମାଝି, ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଦାଶ, ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ବୋରିଗାଁ ମଣ୍ଡଳ ଆଦିବାସୀ ମୋର୍ଚ୍ଚା ସଭାପତି ବିଶ୍ଵନାଥ ମାଝି, ନରୁ ସିଂ, ଶୁଭଜିତ ପାଣିଗ୍ରାହୀ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ବ୍ରିଜ ଡିଭାଇଡର ରେ ପିଟିହୋଇ ବାଇକ ଦୁର୍ଘଟଣା, ଜଣେ ମୃତ ଜଣେ ଗୁରୁତର

masiha

ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ କିନ୍ନରଙ୍କ ଅଧିକାର ସମ୍ବନ୍ଧୀୟ ଆଇନ ସଚେତନତା କାର୍ଯ୍ୟକ୍ରମ 

masiha

ନର୍ଲା ରଥଯାତ୍ରା ର ପୂର୍ବତନ ଗଜପତି ତଥା ଡଙ୍ଗର ମାଲ୍ ର ଗୌନ୍ତିଆ ସତ୍ୟ ପାତ୍ର ଙ୍କ ପରଲୋକ 

masiha

Leave a Comment

error: Content is protected !!