ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ 

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ 

ଡାବୁଗାଁ, ୨୩/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ର ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ ମୁଣ୍ଡୀଗୁଡା ଗ୍ରାମରେ ନିର୍ମାଣଧୀନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ଶୁକ୍ରବାର ଅପରାହ୍ନରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରିଦର୍ଶନ କରିଛନ୍ତି | ଏଥିରେ ନିର୍ମାଣଧୀନ ଗୃହ ର କାର୍ଯ୍ୟ ବୁଲି ଦେଖିବା ସହ ଶୀଘ୍ର କାର୍ଯ୍ୟ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ | ଏହି ପରିଦର୍ଶନ ସମୟରେ ଜିଲା ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଡାବୁଗାଁ ବିଡିଓ ଶରତ ମାଝି, ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଦାଶ, ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ବୋରିଗାଁ ମଣ୍ଡଳ ଆଦିବାସୀ ମୋର୍ଚ୍ଚା ସଭାପତି ବିଶ୍ଵନାଥ ମାଝି, ନରୁ ସିଂ, ଶୁଭଜିତ ପାଣିଗ୍ରାହୀ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ପୁରୀ ପ୍ରବେଶ ପଥରେ ୧୦୮ ଫୁଟ ଉଚ୍ଚରେ ଉଡିଲା ଜାତୀୟ ପତାକା

Sunil Chandra Nayak

ଜିଲ୍ଲାରେ ମା ଓ ଶିଶୁ ର ଉତ୍ତମ ସ୍ୱାସ୍ଥ୍ୟ ଓ ପୋଷଣ ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗର ମିଳିତ ବୈଠକ 

Sunil Chandra Nayak

ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଉପଖଣ୍ଡ ସ୍ତରୀୟ ସ୍ବଳ୍ପ ଦୃଷ୍ଟି ସମ୍ପନ୍ନ ୨୯ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା

Sunil Chandra Nayak

Leave a Comment

error: Content is protected !!