ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ସୁଭଦ୍ରାଶକ୍ତି ପାରମ୍ପରିକ ଖାଦ୍ୟ ମେଳା ନେଇ ପ୍ରସ୍ତୁତି ବୈଠକ 

ବ୍ଲକ ସ୍ତରୀୟ ସୁଭଦ୍ରାଶକ୍ତି ପାରମ୍ପରିକ ଖାଦ୍ୟ ମେଳା ନେଇ ପ୍ରସ୍ତୁତି ବୈଠକ 

ଡାବୁଗାଁ, ୨୮/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବିଡିଓ ଙ୍କ ପ୍ରକୋଷ୍ଠରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗୀତା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପାରମ୍ପରିକ ପିଠା ଓ ମିଠା ପ୍ରସ୍ତୁତି କରାଯିବ, ପ୍ରତି ପଞ୍ଚାୟତରୁ ୫ ଟି ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ଭାଗ ନେବେ, ଜୁନ ୪ ତାରିଖ ଦିନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ନେଇ ସ୍ଥିର କରାଯାଇଛି | ଏଥିରେ ବିଡିଓ ଶରତ ମାଝି, ସିଡିପିଓ ମିନତୀ ଦାଶ, ବ୍ଲକ ଶିକ୍ଷା ଅଧିକାରୀ ରଶ୍ମିତା ନେତମ, ଓଏଲଏମ ବିପିଏମ ଦୀପ୍ତି କିଶୋର ନାୟକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ଟପାଣିଗ୍ରାହୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଜନ ସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ପୁଷ୍ପାରାଣୀ ସାମଲ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ. ଡି ପ୍ରସାଦ, ଦକ୍ଷତା ବ୍ଲକ ସହଭାଗୀ ମୋନାଲ ପରିଡା, ସମସ୍ତ ଏମବିକେ ଓ ସିଆରପି ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାରିପଦା ଠାରେ ଜିଲ୍ଲା ସ୍ତରୀୟ ଉତ୍ସବର ଦ୍ୱତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ଏସ୍‌ପିସିବି ପକ୍ଷରୁ ‘ନୀଳ ଆକାଶ ପାଇଁ ନିର୍ମଳ ବାୟୁ’ ସଂପର୍କିତ ଅନ୍ତର୍ଜାତୀୟ ଦିବସ ପାଳିତ

Sunil Chandra Nayak

କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର ସବୁ ଖଣିଜ ଜିଲ୍ଲା ଗୁଡିକର ମେଡିକାଲ କଲେଜ୍‌ରେ ଉନ୍ନତ ଟ୍ରମା କେୟାର ବ୍ୟବସ୍ଥା ରହିବ

masiha

Leave a Comment

error: Content is protected !!