ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉତ୍କଳ ଆଲୁମିନା ତରଫୁର ମହାଡ଼ମ୍ବରରେ ବିଶ୍ୱ ପରିବେଶ ଦିବସ ପାଳିତ 

ଉତ୍କଳ ଆଲୁମିନା ତରଫୁର ମହାଡ଼ମ୍ବରରେ ବିଶ୍ୱ ପରିବେଶ ଦିବସ ପାଳିତ 

ରାୟଗଡା, 5/6; ରାୟଗଡା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନ୍ୟସନାଲ, ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ, ଆଦିତ୍ୟ ବିର୍ଲା ଗୃପ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଛି । ପ୍ଲାଷ୍ଟିକ ପ୍ରଦୂଷଣ ପ୍ରତ୍ୟାହତ ଵିଷୟବସ୍ତୁକୁ ନେଇ କାରଖାନା ପରିବେଶ ବିଭାଗ ତରଫରୁ ସପ୍ତାହବ୍ୟାପୀ ବିଭିନ୍ନ ସଚେତନାତ୍ମକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ କାରଖାନା ପରିସର ସମେତ ଉଭୟ ଟାଉନସିପରେ ସଚେତନତାଧର୍ମୀ କାର୍ଯ୍ୟକ୍ରମ ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିବେଶ ସୁରକ୍ଷାକୁ ନେଇ ସଚେତନତା ସୃଷ୍ଟି କରିବା ଉଦେଶ୍ୟରେ ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲରେ ବିଭିନ୍ନ ପ୍ରତିଯୋଗିତା ଯଥା ଚିତ୍ରାଙ୍କନ ଓ ବୃକ୍ଷରୋପଣ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗତ 2 ରିଖ ଦିନ ଏହା ଆନୁଷ୍ଠାନିକ ଭାବେ ଉଦ୍ଘାଟନ ହୋଇଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ କାରଖାନା ପରିସରରେ ଏକ ସଚେତନତା ଭିତ୍ତିକ ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରଯାଇଥିଲା । ଏବଂ ପରିବେଶକୁ ପ୍ଲାଷ୍ଟିକ ପ୍ରଦୂଷଣରୁ ମୁକ୍ତ ରଖିବା ନେଇ କର୍ମଚାରୀଙ୍କ ମଧ୍ୟରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । ସମ୍ପ୍ରତି ଆଜି ବିଶ୍ୱ ପରିବେଶ ଦିବସ ପାଳନ ଉପଲକ୍ଷେ ଗଣ ସଚେତନତା ଉଦେଶ୍ୟରେ ଏକ ବିରାଟ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି । ସ୍ଥାନୀୟ ସିସିଆର ବିଲଡିଂ ନିକଟରେ କର୍ମଚାରୀଙ୍କୁ ଉଦ୍ବୋଧନ ଦେଇ କାରଖାନା ମୁଖ୍ୟ ରବି ନାରାୟଣ ମିଶ୍ର ପରିବେଶ ସୁରକ୍ଷା ଓ ନାଗରିକଙ୍କ କର୍ତବ୍ୟ ସମ୍ପର୍କରେ ମତବ୍ୟକ୍ତ କରିବା ସହ ପ୍ଲାଷ୍ଟିକ ବ୍ୟବହାର ବର୍ଜନ ନିମନ୍ତେ ପରାମର୍ଶ ଦେଇଥିଲେ । ଏହାପରେ ଏକ ସଚେତନତା ରଥକୁ ଉଦ୍ଘାଟନ କରିବା ସହ କାରଖାନା ପରିସରରେ ଚିହ୍ନଟ ହୋଇଥିବା ବୃକ୍ଷରୋପଣ ସ୍ଥାନକୁ ଯାଇ ସେଠାରେ ଗଣ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହି ପରୀପ୍ରେକ୍ଷରେ 250 ଗୋଟି ଚାରା ରୋପଣ କରାଯାଇଅଛି । ଉକ୍ତ କାର୍ଯ୍ୟକ୍ରମ କାରଖାନା ପରିବେଶ ବିଭାଗ ମୁଖ୍ୟ ସୁବ୍ରମନ୍ୟୁ କୁଣ୍ଡ ଓ ଦେବୀ ପ୍ରସାଦ ନାୟକଙ୍କ ପ୍ରତେକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିବାବେଳେ କାରଖାନାର ଅନ୍ୟ ବରିଷ୍ଠ ଅଧିକାରୀ ଯଥା ମାନବ ସମ୍ବଳ ବିଭାଗ ପ୍ରମୁଖ ବିଜୟ କୁମୁରା, ଆଇ ଏବଂ ଇ ବିଭାଗ ମୁଖ୍ୟ ଗିରିଜା ପଣ୍ଡାଙ୍କ ସମେତ ଅନ୍ୟ ବିଭାଗୀୟ ମୁଖ୍ୟ ଉପସ୍ଥିତ ଥିଲେ । ତେବେ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ପରିବେଶ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆଗାମୀ 10 ରିଖ ଯାଏଁ ବଳବର୍ତ୍ତ ରହିବ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପଟ୍ଟାମୁଣ୍ଡାଇ ବ୍ଲକର ଏମ ଏନ ହାଇସ୍କୁଲ ସମେତ ୩ଟି ହାଇସ୍କୁଲରେ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ

Sunil Chandra Nayak

ଡାବୁଗାଁ ସମାଚାର

masiha

ଉତ୍କଳମଣି ସେବାସଂସ୍ଥାର ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!