ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ପକ୍ଷରୁ ବିଶ୍ଵ ପରିବେଶ ଦିବସ, ୨୦୨୫ ପାଳନ 

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ପକ୍ଷରୁ ବିଶ୍ଵ ପରିବେଶ ଦିବସ, ୨୦୨୫ ପାଳନ 

ନବରଙ୍ଗପୁର:(୦୫/୦୬/୨୦୨୫)(ରବି ନାରାୟଣ ମହାନ୍ତି)ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ବିଦ୍ୟା ନିକେତନ ସେକେଣ୍ଡାରୀ ସ୍କୁଲ, ନବରଙ୍ଗପୁର ପରିସର ଠାରେ ବିଶ୍ଵ ପରିବେଶ ଦିବସ, ୨୦୨୫ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସ୍କୁଲ ପରିସରରେ ବୃକ୍ଷ ରୋପଣ ଓ ଆଇନ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ସୁବ୍ରତ ମହାନ୍ତିଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭୀପ୍ସା ଗୋଛାୟତ ଯୋଗ ଦେଇଥିଲେ ଓ ସମସ୍ତଙ୍କ ଉପସ୍ଥିତିରେ ବୃକ୍ଷ ରୋପଣ କରିଥିଲେ। ପ୍ରଥମେ ଜିଲ୍ଲା ଆଈନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭୀପ୍ସା ଗୋଛାୟତ ବିଶ୍ଵ ସୁରକ୍ଷା ଆଇନ ଏବଂ ପରିବେଶ ସୁରକ୍ଷା ଆଇନ ଉପରେ ପିଲା ମାନଙ୍କୁ ସଚେତନ କରାଇଥିଲେ । ଅନ୍ୟାନ୍ୟ ଅତିଥି ରୂପେ ଶ୍ରୀ ପ୍ରଶନ ପ୍ରସାଦ ପଟ୍ଟନାୟକ, ମୁଖ୍ୟ ଏଲଏଡ଼ିସିଏସ, ନବରଙ୍ଗପୁର ଶ୍ରୀମତୀ କିଶୋରୀ ପଟ୍ଟନାୟକ, ପ୍ଯାନେଲ ଲଇୟାର, ନବରଙ୍ଗପୁର ଶ୍ରୀ ସଦାସିବ ସାହୁ, ଉପ ସଭାପତି, ଜିଲ୍ଲା ଓକିଲ ସଙ୍ଗ ନବରଙ୍ଗପୁର, ଶ୍ରୀ ତନୟ ରଣା, ଅଧକ୍ଷ, ବିଦ୍ୟା ନିକେତନ ସେକେଣ୍ଡାରୀ ସ୍କୁଲ ବିନୋଦ ବିହାରୀ ସାହୁ, ନବରଙ୍ଗପୁର, ମିସ ରାଖୀ ଜୈନ, ଏସିସ୍ଟେନ୍ଟ ଏଲଏଡ଼ିସି, ନବରଙ୍ଗପୁର ପ୍ରମୁଖ ଯୋଗ ଦେଇଥିଲେ ଓ ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ପାରା ଲିଗାଲ ସ୍ଵଚ୍ଛାସେବୀ ଆଇନଜୀବି ଓ ବନ ବିଭାଗର କର୍ମଚାରୀ ମାନେ ଭାଗ ନେଇଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

Two day All India Seminar on Trends in Advanced Building Construction and Innovative Building Materials

masiha

୧-;ବିଶ୍ଵକର୍ମା ବିସର୍ଜନ ପାଇଁ ଆସିଥିବା ଡି ଜେ ସାଉଣ୍ଡ ବକ୍ସ ଗାଡ଼ି ଥାନାରେ ଅଟକ, ବିଦ୍ଯୁତ ବିଭାଗ କର୍ମୀ ଙ୍କ ମଧ୍ୟରେ ଅଶାନ୍ତି, ସେପଟେ ଥାନାରୁ ବିଦ୍ୟୁତ କଟି ଥାନା ଅନ୍ଧାର ,୨– ବନ୍ଧୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ 

Sunil Chandra Nayak

ସିନାପାଲିରେ ରଥଯାତ୍ରା ପ୍ରସ୍ତୁତି ବୈଠକ 

Sunil Chandra Nayak

Leave a Comment

error: Content is protected !!