ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

2 ଗ୍ରାମରେ ପାନୀୟ ଜଳ ଯୋଗାଣ ପାଇଁ ଉତ୍କଳ ଆଲୁମିନାର ପ୍ରୟାସ

2 ଗ୍ରାମରେ ପାନୀୟ ଜଳ ଯୋଗାଣ ପାଇଁ ଉତ୍କଳ ଆଲୁମିନାର ପ୍ରୟାସ

 2 ସ୍ଵଜଳ ଧାରା ଓ 5 ସୌରାଚାଳିତ ନଳକୂଅ ଉଦଘାଟିତ 

ରାୟଗଡା, 13/6; ରାୟଗଡା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପ ସହଯୋଗୀ କମ୍ପାନୀ ପକ୍ଷରୁ ଦୁଇଗୋଟି ସ୍ଵଜଳ ପ୍ରକଳ୍ପ ଓ ପାଞ୍ଚଗୋଟି ସୌରାଚାଳିତ ନଳକୂପ ଉଦ୍ଘାଟିତ ହୋଉଯାଇଛି । ଉତ୍କଳ ଆଲୁମିନା ଖଣି ମୁଖ୍ୟ ବିଜୟ ଚୌହାନ ସମେତ କାରଖାନା ସିଏସଆର ବିଭାଗ କର୍ମକର୍ତା କାଶୀପୁର ବ୍ଲକ କୋଡ଼ିପାରି ପଂଚାୟତ କାଳିଆ ଚାଁଚେରା ଓ ରୟାଲଘାଟି ଗାଁରେ ଉପସ୍ଥିତ ରହି ଜଳ ଯୋଗାଣ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି । ଦୀର୍ଘ ଦଶନ୍ଧିରୁ ଗ୍ରାମବାସୀ ଶୁଦ୍ଧ ପାନୀୟ ଜଳ ନପାଇ ସ୍ଥାନୀୟ ଝରଣା ଓ ନାଳ ପାଣି ଉପରେ ନିର୍ଭରଶୀଳ ଥିଲେ । ପାନୀୟ ଜଳ ନମିଳିବାରୁ ଦୂଷିତ ପାଣି ପିଇ ଲୋକେ ବିଭିନ୍ନ ସମୟରେ ଝାଡ଼ାବାନ୍ତି ଓ ଅନ୍ୟାନ୍ୟ ଜଳ ବାହକ ସଂକ୍ରମଣ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଳୟରେ ଭର୍ତି ହୋଇ ମର୍ତ୍ୟୁ ସହ ସଂଗ୍ରାମ କରିଥାନ୍ତି । ସମ୍ପ୍ରତି ସମସ୍ୟା ଦୀର୍ଘଦିନରୁ ଚାଲିଥିବା ବେଳେ ଉତ୍କଳ ଆଲୁମିନା ତରଫରୁ ଗ୍ରାମବାସୀଙ୍କ ଏହି ସମସ୍ୟା ସମାଧାନ ନିମନ୍ତେ ଆଗକୁ ଆସି ସୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ପ୍ରୟାସ କରାଯାଇଛି । ଏହି ପରିପ୍ରେକ୍ଷୀରେ ଉକ୍ତ ଦୁଇଟି ଗ୍ରାମରେ ଲୋକଙ୍କୁ ହାତପାହାନ୍ତାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସକାଶେ ଦୁଇଗୋଟି ସ୍ଵଜଳ ଧାରା କାର୍ଯ୍ୟକ୍ଷମ କରାଯଇଛି । ସେହିପରି ଗ୍ରାମବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପାଞ୍ଚ ଗୋଟି ସୌରାଚାଳିତ ନଳକୂଅ କାର୍ଯ୍ୟକ୍ଷମ କରାଯାଇଛି । ଉତ୍କଳ ଆଲୁମିନା ତରଫରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଖୁସି ପ୍ରକଟ କରିଛନ୍ତି । କମ୍ପାନୀର ଏଭଳି ଲୋକାଭିମୁଖୀ କାର୍ଯ୍ୟ ଯୋଗୁଁ ଗାଁ ଲୋକେ ପ୍ରଶଂସା କରୁଥିବାବେଳେ ସ୍ଥାନୀୟ ବାସିନ୍ଦା ମାଳିଆ ମାଝୀ କହିଛନ୍ତି, ଗାଁରେ ଲୋକେ ଶୁଦ୍ଧ ପାନୀୟ ଜଳ ପିଇବା ପାଇଁ ନାହିଁନଥିବା କଷ୍ଟ ସ୍ୱୀକାର କରୁଥିଲେ । ବର୍ଷ ଦିନେ ପ୍ରାକୃତିକ ଜଳ ଉତ୍ସ ଦୂଷିତ ହୋଇଥିବାରୁ ବିଶୁଦ୍ଧ ପାନୀୟ ଜଳ ପାଇଁ ଗାଁ ଲୋକେ ସମସ୍ୟାରେ ଜର୍ଜରିତ ହୋଇଥିଲେ । ଉତ୍କଳ ଆଲୁମିନା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ କରିଥିବାରୁ ଗାଁ ଲୋକେ ପ୍ରଥମ ଥର ସୁଦ୍ଧ ପାନୀୟ ଜଳ ବ୍ୟବହାର କରିବେ ବୋଲି ଶ୍ରୀ ମଝି ପ୍ରକାଶ କରିଛନ୍ତି । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଅଧ୍ୟାପକ ଅଧ୍ୟାପିକା ନିଯୁକ୍ତି ପାଇଁ ଚଞ୍ଚକତା। ନିଯୁକ୍ତି ନିୟମ ଉଲଂଘନ କରି ଚୟନ ପାଇଁ ପ୍ରୟାସ…

masiha

ମା ଲଙ୍କେଶ୍ୱରୀ ଙ୍କ ବାର୍ଷିକ ମଣ୍ଡେଇ ଯାତ୍ରା, ଦେବାଦେବୀଙ୍କ ଲାଠିଯାତ୍ରା ମୁଖ୍ୟ ଆକର୍ଷଣ

masiha

୧୨ତମ ବର୍ଷରେ ଧର୍ମଗଡ଼ ଶକ୍ତି ମଣ୍ଡପରେ ବାସନ୍ତିକ ଦୁର୍ଗାପୂଜା

masiha

Leave a Comment

error: Content is protected !!