ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଜଗାଙ୍ଗପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଜଗାଙ୍ଗପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୧୬/୦୬/୨୫: ରାଜଗାଙ୍ଗପୁର ବ୍ଲକ ଠାରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ। 

  ଆଜି ମୋଟ ୯୬ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ତାହା ମଧ୍ୟରୁ ୭ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା, ଯେଉଁଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ଏବଂ ରେଡ କ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। 

    ଆଜିର ଏହି ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ , ଆଇ ଏ ଏସ ଶିକ୍ଷାନବିଶ ଫାବୀ ରସିଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପାନାବେଡା କଲେଜରେ ଯୁବ ଦିବସ ପାଳିତ

Sunil Chandra Nayak

ଆଦିବାସୀ ମେଳାରେ ସମ୍ମାନିତ ହେଲେ ଆମପାଣିର ଲୋକ କଳାକାର କୁମୁଦ ପୁଝାରୀ

Sunil Chandra Nayak

ପୌର ସଫେଇ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

masiha

Leave a Comment

error: Content is protected !!