ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଂଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବିଂଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର ୧୭ ଜୁନ ୨୦୨୫( ପ୍ରଦୀପ କୁମାର ମଲ୍ଲିକ) : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୪୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୩ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୦୭ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ , ଶ୍ରୀ ଶିତିକଣ୍ଠ କାନୁନଗୋ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ , ବିଂଝାରପୁର, ଶ୍ରୀ ହିତାଂଶୁ ଶେଖର ସାମଲ୍, ତହସିଲଦାର, ବିଂଝାରପୁର ଶ୍ରୀ ସୁଧାଂଶୁ ଶେଖର ସାଓ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। 

Related posts

ରାଉରକେଲା ମ୍ଯୁନିସପାଲ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଡ. ଅଜୟ ମିଶ୍ରଙ୍କୁ ମହାବିଦ୍ୟାଳୟ ଆଲୁମିନି ଆସୋସିଏସନ୍ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

masiha

ଦବା ଇଣ୍ଡିଆ ମେଡିସିନ୍ ଷ୍ଟୋର ଉଦଘାଟିତ

Sunil Chandra Nayak

ହର ମୋହନ ଦାସ ଙ୍କ ୯୫ ତମ ଜନ୍ମ ଜୟନ୍ତୀ ପାଳିତ

Sunil Chandra Nayak

Leave a Comment

error: Content is protected !!