ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡରେ ଶାନ୍ତି ଶୃଙ୍ଖଳା ସହ  ରଥଯାତ୍ରା:୨୦୨୫ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଧର୍ମଗଡରେ ଶାନ୍ତି ଶୃଙ୍ଖଳା ସହ 

ରଥଯାତ୍ରା:୨୦୨୫ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଆସନ୍ତା ରଥଯାତ୍ରା ପରିପ୍ରେକ୍ଷୀରେ ଆଜି ଧର୍ମଗଡ ବ୍ଲକ ସ୍ଥିତ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଭାରପ୍ରାପ୍ତ ଧର୍ମଗଡ ଉପଜିଲ୍ଲାପାଳ ଅଜୟ କୁମାର ତିର୍କୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ଆଗାମୀ ରଥଯାତ୍ରା ଆୟୋଜନ ସଂପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଗଠିତ ବିଭିନ୍ନ କମିଟିର ସଦସ୍ୟ ମାନେ ଯତ୍ନବାନ ହେବା ସହିତ ରଥ ଯାତ୍ରାରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଉପ ଜିଲ୍ଲାପାଳ ଶ୍ରୀ ତିର୍କୀ ଗୁରୁତ୍ଵ ପ୍ରଦାନ କରିଥିଲେ।ବୈଠକରେ ତହସିଲଦାର କୀର୍ତ୍ତି ଚନ୍ଦ୍ର ପ୍ରଧାନ, ବିଡିଓ ସଦାଶିବ ନାୟକ,ଥାନା ଅଧିକାରୀ ପ୍ରଶାନ୍ତ କୋଲ୍ଲାରସ,ନଗରପାଳ ଅଶୋକ କୁମାର ମହାନ୍ତି,ସହ ଜିଲ୍ଲାପାଳ ମନ୍ମଥ ବେହେରା,ସହ ଜିଲ୍ଲାପାଳ ଶ୍ରୀକାନ୍ତ ଶତପଥୀ,ଶ୍ରୀ ବ୍ରଜମୋହନ ପଞ୍ଚଦେବ ଶ୍ରୀ ରାଧାକୃଷ୍ଣ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟର ଉପସଭାପତି ତୁଷାର ରଞ୍ଜନ ପଟ୍ଟଯୋଷି, ସଂପାଦକ ନିରଞ୍ଜନ ମହାପାତ୍ର,ଟ୍ରଷ୍ଟର ବରିଷ୍ଠ ସଦସ୍ୟ ସୁକ ଲାଲ ଅଗ୍ରୱାଲ,ସୁରେଶ ଚନ୍ଦ୍ର ମୁଣ୍ଡ, କୃପାସିନ୍ଧୁ ପଣ୍ଡା,ବିଦ୍ୟାଧର ସାହୁ, ହୃଷୀକେଶ ମିଶ୍ର, ସରୋଜ କୁମାର ସାହୁ,ଜନ୍ମେଜୟ ନାଏକ, ସୁବାସ ଅଗ୍ରୱାଲ,ପୂର୍ବତନ ନଗରପାଳ ସୁଶ୍ରୀ ହୀରା ବାଗ, ଲକ୍ଷ୍ମୀକାନ୍ତ ବାଗ,ସାମ୍ୱାଦିକ ଇଙ୍ଗିତ ପଣ୍ଡା, କୁମୁଦ ଚନ୍ଦ୍ର ସାହୁ,ଦିନେଶ ଅଗ୍ରୱାଲ ପ୍ରମୁଖ ତଥା ବିଭିନ୍ନ ସରକାରୀ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ମାନେ ଯୋଗଦେଇ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

 ରଥଯାତ୍ରାରେ ଜନ ସମାଗମ କୁ ଦୃଷ୍ଟିରେ ରଖି ଟ୍ରାଫିକ ଓ ଶାନ୍ତି ଶୃଙ୍ଖଳା, ବିଦ୍ୟୁତ୍ କାଟ୍ ଓ ସଂଯୋଗ, ରାସ୍ତାଘାଟ ମରାମତି, ସ୍ଵାସ୍ଥ୍ୟ ସେବା, ପାନୀୟ ଜଳ ବ୍ୟବସ୍ଥା ଉପରେ ବିଶଦ ଭାବେ ଆଲୋଚନା ହୋଇଥିଲା।ସୂଚନା ଓ ଲୋକସଂପର୍କ ଅଧିକାରୀ ରମେଶ ସିଂ ଧନ୍ୟବାଦ୍ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ ଯେ, ଆସନ୍ତା ଜୁନ ୨୬ ରେ ଶ୍ରୀ ଜୀଉଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ,ଜୁନ ୨୭ ତାରିଖରେ ଶ୍ରୀ ଗୁଣ୍ଡିଚା ଯାତ୍ରା, ଜୁଲାଇ ୧ ରେ ହେରା ପଞ୍ଚମୀ ଏବଂ ଜୁଲାଇ ୫ ତାରିଖରେ ଶ୍ରୀ ଜୀଉଙ୍କ ର ବାହୁଡା଼ ଯାତ୍ରା ଅନୁଷ୍ଠିତ ହେବ। 

ବିଦ୍ୟାଧର ସାହୁ ଙ୍କ ରିପୋର୍ଟ୍ 

Related posts

ଐତିହାସିକ ଶକ୍ତି ପୀଠରେ ମହାଶିବରାତ୍ରି

masiha

ବିନ୍ଦୁମିନା ସେବା ଫାଉଣ୍ଡେସନ ପକ୍ଷରୁ ଅସହାୟଙ୍କୁ ଛତା ଓ ଚପଲ ବଣ୍ଟନ 

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଢେଙ୍କାନାଳ ୪୨ତମ ବାର୍ଷିକ ଉତ୍ସବ 

Sunil Chandra Nayak

Leave a Comment

error: Content is protected !!