ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କୋରାପୁଟ,୨୧।୦୬  କୋରାପୁଟ ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। କୋରାପୁଟ ସଦର ମହକୁମା ସ୍ଥିତ ପୋଲିସ ପ୍ୟାରେଡ ପଡ଼ିଆ ଠାରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି।କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ଯୋଗଦେଇ ପ୍ରତ୍ୟେକ ଦିନ ଯୋଗ ଅଭ୍ୟାସ କରିବାକୁ ପରାମର୍ଶ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ,କୋରାପୁଟ ଏସପି ରୋହିତ ବର୍ମା, ଆଇଏଏସ ପ୍ରୋବେସନେରୀ ସନ୍ତୋଷ କୁମାର ପାତ୍ର,କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତି, କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀଙ୍କ ସହ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗଦେଇଥିଲେ।ଏହି କାର୍ଯ୍ୟକ୍ରମରେ ପ୍ରାୟ ୨ ହଜାର ବ୍ୟକ୍ତି ବିଶେଷ ଯୋଗଦେଇ ଥିଲେ। ନନ୍ଦପୁର କଲେଜ ଅଧ୍ୟାପକ ରବି ଶତପଥି ଯୋଗଦେଇ ମଞ୍ଚ ପରିଚାଳନା କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ନବରଙ୍ଗପୁରରେ ଉତ୍ସାହ ଏବଂ ଦେଶପ୍ରେମର ସହିତ ପାଳିତ ହେଲା ଜିଲ୍ଲା ସ୍ତରୀୟ “ହର ଘର ତ୍ରିରଙ୍ଗା” ଏବଂ “ବନ୍ଦେ ମାତରଂ” କାର୍ଯ୍ୟକ୍ରମ 

Sunil Chandra Nayak

ଜୁଏଲ ଓରାମଙ୍କ ୬୫ ତମ ଜନ୍ମ ଦିବସରେ ଶୁଭେଛା ଓ ଅଭିନନ୍ଦନ ଜଣାଇଲେ ବିଜେପି କର୍ମୀ

masiha

୨ ଟି ବନ ସଂରକ୍ଷଣ ସମିତିକୁ ପ୍ରକୃତି ମିତ୍ର ପୁରସ୍କାର ରେ ସମ୍ମାନୀତ

Leave a Comment

error: Content is protected !!