ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କୋରାପୁଟ,୨୧।୦୬  କୋରାପୁଟ ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। କୋରାପୁଟ ସଦର ମହକୁମା ସ୍ଥିତ ପୋଲିସ ପ୍ୟାରେଡ ପଡ଼ିଆ ଠାରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି।କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ଯୋଗଦେଇ ପ୍ରତ୍ୟେକ ଦିନ ଯୋଗ ଅଭ୍ୟାସ କରିବାକୁ ପରାମର୍ଶ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ,କୋରାପୁଟ ଏସପି ରୋହିତ ବର୍ମା, ଆଇଏଏସ ପ୍ରୋବେସନେରୀ ସନ୍ତୋଷ କୁମାର ପାତ୍ର,କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତି, କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀଙ୍କ ସହ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗଦେଇଥିଲେ।ଏହି କାର୍ଯ୍ୟକ୍ରମରେ ପ୍ରାୟ ୨ ହଜାର ବ୍ୟକ୍ତି ବିଶେଷ ଯୋଗଦେଇ ଥିଲେ। ନନ୍ଦପୁର କଲେଜ ଅଧ୍ୟାପକ ରବି ଶତପଥି ଯୋଗଦେଇ ମଞ୍ଚ ପରିଚାଳନା କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ନବରଙ୍ଗପୁର ଜିଲ୍ଲାରେ,ଯୀଶୁ ଙ୍କ କୃଶ ବିଧ ଦିବସ ପାଳିତ

Sunil Chandra Nayak

ମୃତକଙ୍କ ପରିବାରକୁ ଭେଟିଲେ ଆସିକା ବିଧାୟକ

୨୦୩୦ ସୁଦ୍ଧା ଜିଲ୍ଲାର ଦୀର୍ଘ ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ନିମନ୍ତେ ଦୁଇଦିନିଆ କର୍ମଶାଳା 

Sunil Chandra Nayak

Leave a Comment

error: Content is protected !!