ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶତାୟୁ, ପି ଏମ୍ ଶ୍ରୀ ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ପାଳିତ

ଶତାୟୁ, ପି ଏମ୍ ଶ୍ରୀ ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ପାଳିତ 

 ଢେଙ୍କାନାଳ:ତା.୨୧.୦୬.୨୦୨୫ ରିଖ : ପ୍ରାତଃ ଘ.୦୭.୦୦ ଟିକା ସମୟରେ ସ୍ଥାନୀୟ ଶତାୟୁ,ପି ଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ନିରାଡାମ୍ବର ଭାବରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ସମର ଶିକ୍ଷାର୍ଥୀ ଜଳ,ସ୍ଥଳ,ଆକାଶ ଓ ବାଳିକା ବାହିନୀର ବର୍ତ୍ତମାନର ଓ ପ୍ରାକ୍ତନ ପ୍ରାୟ ୩୦୦ ଜଣ ସମର ଶିକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ । ବର୍ତ୍ତମାନର ଅତିରିକ୍ତ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ଦଲେଇ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ସିନିୟର୍ ,ପ୍ରାକ୍ତନ ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ତଥା ବରିଷ୍ଠ ଶିକ୍ଷକ ଧ୍ୟାନଚାନ୍ଦ ମିଶ୍ର,ସମର ଶିକ୍ଷାର୍ଥୀ ସ୍ଥଳ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା ଥାର୍ଡ ଅଫିସର୍ ଦିପ୍ତିଶ କୁମାର ଶତପଥୀ,ସମର ଶିକ୍ଷାର୍ଥୀ ବାଳିକା ବାହିନୀ ସେକେଣ୍ଡ ଅଫିସର ଅନୁପମା ପଣ୍ଡା,ସମର ଶିକ୍ଷାର୍ଥୀ ନୌବାହିନୀ କେୟାର ଟେକର ଅଫିସର୍ କିରନ୍ମୟୀ ମହାଳିକ ଅଫିସର୍ ଓ କ୍ରୀଡ଼ା ଶିକ୍ଷୟିତ୍ରୀ ତଥା ଆକାଶ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ ସ୍ମିତିସୁଧା ଜେନାଙ୍କ ପରୋକ୍ଷ ଓ ପ୍ରତ୍ୟକ୍ଷ ମାର୍ଗଦର୍ଶନରେ ଅନୁଷ୍ଠିତ ଯୋଗ କାର୍ଯ୍ୟକ୍ରମରୁ ପ୍ରାକ୍ତନ ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗଦାନ କରି ସ୍ଵୀୟ ଅଭିଭାଷଣରେ ଯୋଗ,ଆସନ, ପ୍ରାଣାୟାମ ଆଦି ପ୍ରତିଦିନ ଅଭ୍ୟାସ କଲେ ନିଜ ଦେହ,ମନକୁ ନିରୋଗ,ସୁସ୍ଥ,ସୁରକ୍ଷିତ ଓ ଅକ୍ଷୁର୍ଣ୍ଣ ରଖିବାକୁ ସମସ୍ତେ ଚେଷ୍ଟିତ ହେବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ।ଅତିରିକ୍ତ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ଦଲେଇ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ସିନିୟର୍ ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ,ଉପସଭାପତି ସୁପ୍ରଭା ସ୍ୱାଇଁ,ସଦସ୍ୟା ଝରଣା ପାତ୍ର,ମୀନା ନାଏକ,ସୀମା ରାଣୀ ସାହୁ,ପ୍ରଭାସିନୀ ସାହୁ, ବିଜୟଲକ୍ଷ୍ମୀ ଜେନା,ଲକ୍ଷ୍ମୀକାନ୍ତ ଜେନା,ଦିଲାବର ହୁସେନ, ବିରଞ୍ଚି ନାଏକ,ପ୍ରାକ୍ତନ ବରିଷ୍ଠ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର, ପ୍ରାକ୍ତନ ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ତଥା ବରିଷ୍ଠ ଶିକ୍ଷକ ଧ୍ୟାନଚାନ୍ଦ ମିଶ୍ର,ବରିଷ୍ଠ ଶିକ୍ଷୟିତ୍ରୀ ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା,ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ସେକେଣ୍ଡ ଅଫିସର ଅନୁପମା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ,ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ସ୍ଥଳ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ ଦିପ୍ତିଶ କୁମାର ଶତପଥୀ, ବରିଷ୍ଠ ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲ,ସମର ଶିକ୍ଷାର୍ଥୀ ନୌବାହିନୀ ବାଳକ ଓ ବାଳିକା ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ କିରଣମୟୀ ମହାଳିକ,କଲ୍ୟାଣୀ ବଡ଼ଜେନା,ଭୂପେନ୍ଦ୍ର ସିଂ ମାଝୀ,କିରଣ କଣ୍ଟା,କ୍ରୀଡ଼ା ଶିକ୍ଷୟିତ୍ରୀ ତଥା ଆକାଶ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ ସ୍ମିତିସୁଧା ଜେନା,ସ୍ମିତା ପଟ୍ଟନାୟକ,ଅନିତା ସାହୁ,ବରିଷ୍ଠ କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ ଓ ସୁଦର୍ଶନ ସାହୁ,ବାସୁଦେବ ରଣା, ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ,ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଯୋଗଦାନ କରି ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ପାଳନ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ।ପରିଶେଷରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୫କୁ କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ମିତିସୁଧା ଜେନା ପରିଚାଳନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଡା. ଦେବୀ ପ୍ରସାଦ ମିଶ୍ର ଙ୍କ ରିପୋର୍ଟ୍ 

Related posts

ରିଷିଡା ଏକଳ ବିଦ୍ୟାଳୟର ବୃକ୍ଷ ରୋପଣ କାର୍ଯ୍ୟକ୍ରମ

masiha

କପିଳାସ ବାଲିଘାଟ ସୀମା ନିର୍ଦ୍ଧାରଣ କଲା ଖଣି ବିଭାଗ

ସୁନ୍ଦର ସମାଜ ଗଠନରେ ଲୋକ କଳା ଗୁରୁମାନଙ୍କ ଅବଦାନ ଅତୀବ ଗୁରୁତ୍ୱପୂର୍ଣ୍ଣ : ମହାସଂଘ 

Sunil Chandra Nayak

Leave a Comment

error: Content is protected !!