ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଞ୍ଚାୟତ ଅଗ୍ରଗତି ତଥ୍ୟ ତାଲିମ ଶିବିର 

ପଞ୍ଚାୟତ ଅଗ୍ରଗତି ତଥ୍ୟ ତାଲିମ ଶିବିର 

ଡାବୁଗାଁ, ୨୪/୬ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨ ଦିନିଆ ପଞ୍ଚାୟତ ଅଗ୍ରଗତି ତଥ୍ୟ ତାଲିମ ଶିବିର ମଙ୍ଗଳବାର ଉଦଯାପିତ ହୋଇଯାଇଛି | ଏଥିରେ ଦରିଦ୍ର ମୁକ୍ତ ପଞ୍ଚାୟତ, ସୁସ୍ଥ ପଞ୍ଚାୟତ, ଶିଶୁ ଅନୁକୂଳ ପଞ୍ଚାୟତ, ପର୍ଯ୍ୟାପ୍ତ ଜଳ ପଞ୍ଚାୟତ, ପରିବେଶ ଓ ସବୁଜ ଗ୍ରାମ ପଞ୍ଚାୟତ, ଭିତ୍ତିଭୂମି ବିକାଶ, ସାମାଜିକ ସୁରକ୍ଷା ପଞ୍ଚାୟତ, ସୁଶାସନ ପଞ୍ଚାୟତ ଓ ମହିଳା ଅନୁକୂଳ ପଞ୍ଚାୟତ ଉପରେ ବିଭିନ୍ନ ତଥ୍ୟ ନେଇ ତାଲିମ ଦିଆଯାଇଥିଲା | ଏଥିରେ ପ୍ରଶିକ୍ଷକ ଭାବେ ଜିଲା ପିରାମଲ ଫାଉଣ୍ଡେସନ ପୋଗ୍ରାମ ମ୍ୟାନେଜର ବିକ୍ରମ କିଶୋର ରଣା, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ସିପି ପ୍ରବୀଣ ପଟ୍ଟନାୟକ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ. ଡି ପ୍ରସାଦ ଓ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପ୍ରମୁଖ ତାଲିମ ଦେଇଥିଲେ | ଏଥିରେ ସିଆରସିସି ପ୍ରସନ୍ନ କୁମାର ଦଣ୍ଡସେନା ଓ ଗୁପ୍ତେ ପ୍ରସାଦ ନାଗ,ଏସିଡିଓ, ଗ୍ରାମ ରୋଜଗାର ସେବିକା ସେବକ, ଆଶା କର୍ମୀ, ଏମବିକେ ଓ ସିଆରପି ମାନେ ଉପସ୍ଥିତ ଥିଲେ | ମୋଟ ୭୬ ଜଣ ତାଲିମ ନେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଭବାନୀପାଟଣା ଠାରେ ଜିଲ୍ଲା ସଡ଼କ ସୁରକ୍ଷା ସମିତି ବୈଠକ

masiha

ଖଣି ବିଭାଗକୁ ଆସିବାକୁ ଛନ ଛନ, ଆସିବା ବେଳେ ଓ ବଦଳି ବେଳେ ସମ୍ପତି ଯାଞ୍ଚ ହେଉ

masiha

ଡାବୁଗାଁରେ ବ୍ଲକ ସ୍ତରୀୟ ଲୋକ ମହୋତ୍ସବ “ମଣ୍ଡେଇ” ପାଳିତ 

masiha

Leave a Comment

error: Content is protected !!