ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ

 ଅତିରିକ୍ତ ଜିଲ୍ଲା ଜଜ୍ ତଥା ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତା ରେ ଛିଲିପା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେ କିଶୋର ନ୍ୟାୟ ଅଧିନିୟମ ଏବଂ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶ୍ରୀଚନ୍ଦନ ସେଠି, ସରକାରୀ ଓକିଲ ଧୀରେନ୍ଦ୍ରନାଥ ପାତ୍ର, ବରିଷ୍ଠ ଆଇନଜୀବୀ ଚିନ୍ତାମଣି ପାତ୍ର, ମିହିର ରଞ୍ଜନ ପଟ୍ଟଯୋଶୀ, ସଂଯୁକ୍ତା ପଣ୍ଡା, ରିଟେନର କମଳିନୀ ରଥ, ଛିଲିପା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମଥୁରାମ ସା, ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଶ୍ୱଜିତ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ।ଏହି ଅବସରରେ ତାଳୁକ ଆଇନ ସେବା ସମିତି ର ଅଧ୍ୟକ୍ଷ ଶ୍ରୀ ପ୍ରଧାନ ଉପସ୍ଥିତ ଛାତ୍ରଛାତ୍ରୀ ଙ୍କୁ କିଶୋର ନ୍ୟାୟ ଅଧିନିୟମ ଉପରେ ସମ୍ୟକ ଧାରଣା ଦେଇଥିଲେ ଓ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ ହେବା ତଥା ଅପରାଧିକ କାର୍ଯ୍ୟକଳାପ ରୁ ଦୁରେଇ ରହିବାପାଇଁ କହିଥିଲେ ।ମୁଖ୍ୟ ବକ୍ତା ଶ୍ରୀ ବେହେରା ବାଧ୍ୟତା ମୂଳକ ଶିକ୍ଷା ଅଧିକାର ତଥା ସରକାରଙ୍କ ଦ୍ୱାରା ବିଦ୍ୟାଳାୟ ମାନଙ୍କରେ ଦିଆଯାଉଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ।ସଭା କୁ ଶ୍ରୀମତୀ ସଂଯୁକ୍ତା ପଣ୍ଡା ପରିଚାଳନା କରିଥିଲେ ଓ ଶ୍ରୀ ମଥୁରାମ ସା ଧନ୍ୟବାଦ ଅର୍ପଣ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଆମ ସଂଘ ଆମର, ଆମେ ସବୁ ସଂଘର : ବରିଷ୍ଠ କଳାକାର ମହାସଂଘ

masiha

ଭିଟାମାଟି ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭଯାତ୍ରା

masiha

ମୌଳିକ ସ୍ୱାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ

Leave a Comment

error: Content is protected !!