ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ବିଷ ଖାଇ ବୃଦ୍ଧ ଙ୍କ ଆତ୍ମହତ୍ୟା 

ବିଷ ଖାଇ ବୃଦ୍ଧ ଙ୍କ ଆତ୍ମହତ୍ୟା 

ଡାବୁଗାଁ, ୨୫/୭ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ କେନ୍ଦୁଗୁଡା ଗ୍ରାମରେ ଜଣେ ବୃଦ୍ଧ ବ୍ୟକ୍ତି ବିଷ ଖାଇ ଆତ୍ମହତ୍ୟା କରିଥିବା ନେଇ ଶୁକ୍ରବାର ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି | ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ କେନ୍ଦୁଗୁଡା ଗ୍ରାମରେ ନାଡା ଗୌଡ (୬୫) ଗୁରୁବାର ଦିନ ସନ୍ଧ୍ୟାରେ ଘରେ ପରିବାର ଲୋକ ଙ୍କ ଅନୁପସ୍ଥିତିରେ ବିଷ ଖାଇ ଦେଇଥିଲେ | କିଛି ସମୟ ପରେ ବାନ୍ତି ହୋଇଥିଲା | ବାନ୍ତି ହେବାରୁ ଗୁରୁତ୍ତର ହୋଇପଡିଥିଲେ | ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରିଥିଲେ | ସେଠାରେ ଚିକିତ୍ସିତ ଅବସ୍ଥାରେ ରାତ୍ରି ୯ ଘ. ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା | ଏନେଇ ଆଜି ଶୁକ୍ରବାର ପୂର୍ବାହ୍ନରେ ମୃତକ ର ପୁଅ ସନାଧର ଗୌଡ ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲା କୁ ଭିତ୍ତି କରି ଥାନା ସବଇନିସ୍ପେକ୍ଟର ଚନ୍ଦନ ସାହୁ ଜିଲା ମୁଖ୍ୟ ଚିକିତ୍ସାଳୟ ରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ | ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକ ଙ୍କୁ ହସ୍ତାନ୍ତର କରାଯାଇଛି | ଏନେଇ ଥାନା କେସ ନଂ ୨୨/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ରାଜ୍ୟ ବାହାର କୁ ଫେରାର ବେଳେ ମାଡି ବସିଲା ପୋଲିସ ନାବାଳିକା ଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତ ଗିରଫ 

Sunil Chandra Nayak

ଗ୍ରାହକ ସେବା କେନ୍ଦ୍ରରେ ଲକ୍ଷ୍ୟାଧିକ ଟଙ୍କା ଚଳୁ

Sunil Chandra Nayak

ବେଲଗାଁ ରୁ ଚୋରୀ ହୋଇଥିବା ଗାଡି ରାମସା ଗାଁ ରୁ ଉଦ୍ଧାର

masiha

Leave a Comment

error: Content is protected !!