ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ    

ଭବାନୀପାଟଣା : ତା. ୦୪.୦୮.୨୦୨୫ – କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଳାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୨୨ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୯୯ ଗୋଟି ଓ ସାମୂହିକ ୧୭ ଗୋଟି ରହିଥିବା ବେଳେ ୨୭ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ,ଭତ୍ତା, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ,ସମାଜ କଲ୍ଯାଣ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ଶିଶୁ ସୁରକ୍ଷା, ଜଙ୍ଗଲ ଓ ପରିବେଶ, ଜିଲ୍ଲା, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଭାରତୀୟ ପ୍ରଶାସନିକ ସେବା (ପ୍ରୋବେସନ) ଅନିମେସ ପ୍ରଧାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଧର୍ମଗଡ଼ ଅଜୟ ପ୍ରକାଶ ତିର୍କୀ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକତ୍ସା ଅଧିକାରୀ ଡ଼ା.ନିହାରେନ୍ଦ୍ର ପଣ୍ଡା, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ମଳୟ କୁମାର ପରିଡା, ମୁଖ୍ୟ ଜିଲା ବେସାମରିକ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର,ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ନିର୍ବାହୀ ଅଧିକାରୀ ପୌରପାଳିକା ଭବାନୀପାଟଣା, ଚିନ୍ମୟ କୁମାର ନାଏକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ୍ ନିଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

( ମ ନି ସ ) 

 

Related posts

ଉଜୁଡ଼ିଗଲାଣି ବାଉଁଶ କାରିଗରଙ୍କ କୌଳିକ ବୃତ୍ତି । ବିକ୍ରି ପାଇଁ ନାହିଁ ସ୍ବତନ୍ତ୍ର ବଜାର

Sunil Chandra Nayak

ପକ୍ଷୀ ମାନଙ୍କର ଜଳ ସେବା ପାଇଁ ବେଲପଡା ଧୂମାଭଟା ସରପଞ୍ଚ ବନମାଳୀ ନାୟକ ଙ୍କ ମହାନତା

masiha

ବିଦ୍ୟାଳୟରେ ରୁଙ୍ଗଟା ସ୍ପଞ୍ଜ ଆଇରନ ପକ୍ଷରୁ ପଙ୍ଖା,ଚୌକୀ,ପଢା ଉପକରଣ ଓ ଖେଳ ସରଞ୍ଜାମ ବଣ୍ଟନ

masiha

Leave a Comment

error: Content is protected !!