ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ 

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ 

ଡାବୁଗାଁ, ୪/୮ (ମ.ନି.ସ.)- ଶ୍ରାବଣ ମାସର ଶେଷ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ, ବିରିସୋଲା, ବାଘବେଢା ଓ ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା |

ଡାବୁଗାଁରୁ ପ୍ରଜ୍ଞା ରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

“ଜୁନାଗଡ଼ରେ ଭକ୍ତି, ସେବା ଓ ସଂସ୍କାରର ବାର୍ତ୍ତା ଦେଲା ରଥଯାତ୍ରା”

Sunil Chandra Nayak

ଶୀତଳ ଷଷ୍ଠୀ ଉମା ଚତୁର୍ଥୀ ପାଳିତ

ସୋମେଶ୍ଵର ମହାଦେବ ଙ୍କ ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ଅନୁଷ୍ଠିତ

Leave a Comment

error: Content is protected !!