ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତ୍ତି:୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ 

ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତ୍ତି:୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ 

 ନବରଙ୍ଗପୁର:( ୩.୦୮.୨୦୨୫ )(ରବି ନାରାୟଣ ମହାନ୍ତି) ଓଡ଼ିଶା ରାଜସ୍ୱ ଅମଲା ସଂଘର ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ଅନୁସାରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ୯ ଦଫା ଦାବୀ ପୂରଣ କରିବାରେ ରାଜ୍ୟ ସରକାରଙ୍କର ଅହେତୁକ ବିଳମ୍ବ ହେତୁ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ଅନୁସାରେ ରାଜ୍ୟ ର ସମସ୍ତ ୨୧ ଗୋଟି ମାନ୍ୟବର ସାଂସଦ ଏବଂ ୧୪୭ ଗୋଟି ମାନ୍ୟବର ବିଧାୟକ ମାନଙ୍କୁ ଦାବୀ ଗୁଡିକ ବିଷୟରେ ଅବଗତ କରାଇବା ଏବଂ ସରକାରଙ୍କ ପାଖରେ ଏହି ଦାବୀଗୁଡିକୁ ପହଞ୍ଚାଇବା ସକାଶେ ନିଷ୍ପତ୍ତି ନିଆଯାଇଥିଲା | ଏହି ପରିପ୍ରେକ୍ଷୀ ରେ, ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା, ନବରଙ୍ଗପୁର ସଭାପତି ଆଶୁତୋଷ ମହାନ୍ତିଙ୍କ ନେତୃତ୍ଵରେ ଦଶଦଫା ଦାବୀ ସମ୍ବଳିତ ଦାବୀପତ୍ର ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ମାନ୍ୟବର ବିଧାୟକ ଗୌରୀ ଶଙ୍କର ମାଝୀ ଙ୍କୁ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା I ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବୀ ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା | ଦାବୀ ଗୁଡିକ ମଧ୍ୟରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP – ୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତିରେ ରାଜସ୍ୱ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତୀ ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉ |ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି l ଏହି ପରିପ୍ରେକ୍ଷୀରେ, ରାଜ୍ୟ ସରକାର ଆଗାମୀ ୧୦ ଅଗଷ୍ଟ ୨୦୨୫ ତାରିଖ ମଧ୍ୟରେ ଉପରୋକ୍ତ ଦାବୀ ଗୁଡିକ ପୂରଣ ନ କରନ୍ତି ତାହେଲେ, ରାଜ୍ୟ ସଂଘର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତ୍ତି ଅନୁସାରେ ଅଗଷ୍ଟ ୧୧ ତାରିଖ ଠାରୁ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତି, ସମ୍ପାଦକ ମୈଥିଲୀ ପଟ୍ଟନାୟକ ପ୍ରକାଶ କରିଥିଲେ | ଏହି ଅବସରରେ ରାଜ୍ୟ ସଭାପତି ତ୍ରିପତି ବାଲାଜି ସାହୁ, ଖଣ୍ଡୀୟ ଉପସଭାପତି କୈଳାଶ ଚନ୍ଦ୍ର ଦାଶ,ନିତେଶ ରଥ, ବୈକୁଣ୍ଠନାଥ ନାୟକ, ପଦଲାମ ଭତ୍ରା , ସୌରଭ ଦାସ, ଧନୁର୍ଯୟ ମାଝୀ,ସାଗର ଚୌଧୁରୀ, ସତ୍ୟ ନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ |

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଜାତୀୟ କବି ଲେଖକ ସଂଗଠନ ତରଫରୁ ରାଜ୍ୟ ସ୍ତରୀୟ ସାହିତ୍ୟ ସମାବେଶ ଅନୁଷ୍ଠିତ

Sunil Chandra Nayak

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର ୩ଘଣ୍ଟା ଧରି ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ,ଅଳ୍ପକେ ବର୍ତ୍ତିଲେ ଚାଳକ

masiha

ସାମ୍ବାଦିକ ମାତୃ ବିୟୋଗ 

masiha

Leave a Comment

error: Content is protected !!