ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁତ୍ରା ବ୍ଲକ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କୁତ୍ରା ବ୍ଲକ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୦୪/୦୮/୨୫: କୁତ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି।ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

    ଆଜି ମୋଟ ୮୯ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୩ ଗୋଟି ବ୍ୟକ୍ତିଗତ ଏବଂ ୫୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୬ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୬ ଗୋଟି ଆବେଦନ ରହିଥିଲା।

    ଆଜିର ଏହି ଜନ ଅଭିଯୋଗ ଶୁଣାଣିରେ ମାନ୍ୟବର ବିଧାୟକ,ରାଜଗାଙ୍ଗପୁର ଡ଼ା ସି ଏସ ରାଜେନ୍ ଏକ୍କା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଆଇ ଏ ଏସ ଶିକ୍ଷାନବିଶ ଫାବୀ ରସିଦ, କୁତ୍ରା ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ରାକ୍ଷୀ ପୂର୍ଣ୍ଣିମା ପାଳନ           

masiha

ସବୁଜ ବନାନୀରେ ବ୍ରାହ୍ମଣୀଗୁଡା ଶନିଦେବ ମନ୍ଦିର  ବୃକ୍ଷରୋପଣ କଲେ ଜୁନାଗଡ଼ ସାମ୍ବାଦିକ ସଂଘ

Sunil Chandra Nayak

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ 

Sunil Chandra Nayak

Leave a Comment

error: Content is protected !!