ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନନ୍ଦାହାଣ୍ଡି ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନନ୍ଦାହାଣ୍ଡି ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:(ତା୧୦.୦୮.୨୦୨୫)(ରବି ନାରାୟଣ ମହାନ୍ତି)ଆଜି ନନ୍ଦାହାଣ୍ଡି ପଞ୍ଚାୟତ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ବିଶ୍ଵଜିତ ବର୍ମନ୍ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ବ୍ଲକ ଅଧ୍ୟକ୍ଷା ରଶ୍ମିତା ମାଝୀ,ବି ଡି ଓ କ୍ଷୀରୋଦ ଚନ୍ଦ୍ର ସାହୁ,ତହସିଲଦାର ଚନ୍ଦ୍ରଦାସ ମହାନନ୍ଦିଆଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ରେ ଅନ୍ତର୍ଭୂକ୍ତ ସହାୟତା ରାଶି ସହ କାର୍ଡ ପ୍ରଦାନ କରାଯାଇଥିଲା। 

 

Related posts

ରନ୍ଧନଗ୍ଯାସର କଳାବଜାରୀ : ୧୬୧ଟି ଗ୍ଯାସ ସିଲିଣ୍ଡର ଜବତ କଲା ରାଉରକେଲା ଯୋଗାଣ ବିଭାଗ

Sunil Chandra Nayak

ନବ ବର୍ଷ ଉପଲକ୍ଷେ ବନାନୀ କବି ସମ୍ମିଳନୀ

Sunil Chandra Nayak

ଭେଳା ଗ୍ରାମର ଷୋହଳ ପ୍ରହରୀ ନାମ ଯଜ୍ଞ ବାତିଲ

Sunil Chandra Nayak

Leave a Comment

error: Content is protected !!