ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର, ମୋଟ ୯୦ ଟି ଅଭିଯୋଗର ହେଲା ଶୁଣାଣୀ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର, ମୋଟ ୯୦ ଟି ଅଭିଯୋଗର ହେଲା ଶୁଣାଣୀ

 ମୟୂରଭଂଜ:ତା ୧୧-୦୮-୨୦୨୫ ରିଖ — ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି।. ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଶ୍ରୀ ବରୁଣ ଗୁଣ୍ଟୁପାଲି ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଚାରୁ କୁମାର ବଳ, ଆଇ ଏସ ପ୍ରୋବେଶନର କାଶିଷ ବକସି, ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଧିକାରୀ ଡା. ରବୀନ୍ଦ୍ର କୁମାର ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ .।

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.। ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୯୦ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୬୮ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୨ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.।

ଏଥି ମଧ୍ୟରୁ ୫ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୫ଜଣଙ୍କୁ ଟ ୨୫,୦୦୦/-ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି।ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।

ମୟୂରଭଂଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ରାୟଗଡ ଜିଲ୍ଲାର ଦୁଇଟି ଆକାଂକ୍ଷି ବ୍ଲକର ଶୁଭାରମ୍ଭ

Sunil Chandra Nayak

ଲୁହା ଶିଳା ପଞ୍ଚାୟତର ପ୍ରାକ୍ତନ ପଞ୍ଚାୟତ ନିର୍ବାହୀ ଅଧିକାରିଣୀ ପୁଷ୍ପିତା ମହାକୁଡ଼ ଵାଦ୍ଧକ୍ଯ ଭତ୍ତା ପ୍ରଦାନ ଅନିୟମିତତା ନେଇ ଭିଜିଲାନ୍ସ ଯନ୍ତାରେ 

Sunil Chandra Nayak

ଅବ୍ୟବସ୍ଥା ଘେରରେ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

Leave a Comment

error: Content is protected !!