ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଦେଶୀ ରନ୍ଧା ମଦ ଓ ମହୁଲ ପୋଚ ଜବତ, ଜଣେ ଗିରଫ

ଦେଶୀ ରନ୍ଧା ମଦ ଓ ମହୁଲ ପୋଚ ଜବତ, ଜଣେ ଗିରଫ 

ମୟୂରଭଂଜ- ୨୬/୦୮ — ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ବ୍ରଜମୋହନ ମଲ୍ଲିକ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ବାଦାମପାହାଡ଼ ଥାନା ଅନ୍ତର୍ଗତ କଣ୍ଟାସୁଲା ଓ ଚାଉଁରାଡିହି ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୪୬୦ ଲିଟର ଦେଶୀ ରନ୍ଧା ମଦ ଓ ୭୮୦୦ ଲିଟର ମହୁଲ ପୋଚ ଜବତ କରାଯିବା ସହିତ ଚାଉଁରାଡିହି ଗ୍ରାମର ଭାଗବତ ମୁର୍ମୁ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୪ ଲକ୍ଷ ୮୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଣଜିତ ଶବର, ସହ ଉପ-ନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଦିଲ୍ଲୀପ କୁମାର ଜେନା, ଅରୁଣ କୁମାର ମୁଦୁଲି, ବୁଦ୍ଧଦେବ ମହନ୍ତ, ତମନ ପରିଡ଼ା, ସୁରେନ୍ଦ୍ର ସୋରେନ ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

 ମୟୂରଭଂଜ ରୁ ଅକ୍ଷୟ ଵିଶ୍ବାଳ ମସିହା ନିଉଜ

Related posts

କେଗାଁ ଜୟ ମାତା ଦି ଫିଲିଙ୍ଗ ଷ୍ଟେସନ (ଭାରତ ପେଟ୍ରୋଲପମ୍ପ) ମାଲିକଙ୍କ ଦବଙ୍ଗଗିରି

masiha

Big Achievement by GUNPUR police

masiha

ପାରିବାରିକ ବିବାଦକୁ କେନ୍ଦ୍ର କରି ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ, ସ୍ତ୍ରୀ ମୃତ ସ୍ବାମୀ ଗୁରୁତର, ଥାନା ଘେରାଓ କଲେ ବାପଘର ଲୋକେ

masiha

Leave a Comment

error: Content is protected !!