ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

 ନୂଆପଡା, ନୂଆପଡ଼ା ମୁଖ୍ୟାଳୟ ସଦ୍ଭାବନା ସଭା ଗୃହଠାରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ ସିଂହଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ ୬୪ ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ ୪୪ ଟି ବ୍ୟକ୍ତିଗତ ଏବଂ ୨୦ ଟି ସାମୁହିକ ଅଭିଯୋଗ ଥିଲା l ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଅସହାୟ ମହିଳା କମଳା ଦେବୀ ବର୍ମା ପତୋରା ଙ୍କୁ ପାଞ୍ଚ ହଜାର ଟଙ୍କାର ସହାୟତା ରେଡକ୍ରସ୍ ପାଣ୍ଠିରୁ ଯୋଗାଇ ଦିଆ ଯାଇଥିଲା l ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ବନଖଣ୍ଡ ଅଧିକାରୀ ଖଡିଆଳ ଅଜିଜ ଖାନ୍, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୂର୍ମି ସୋରେନ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ ,ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲ୍ଳା ପରିଷଦ ସଦସ୍ୟ ଭରତ ଲାଲ ରାଉତ ପ୍ରମୁଖ ଉପସ୍ଥିତ ଥିଲେ l ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ , ଡେପୁଟି କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ର ଆୟୋଜନ ହୋଇଥିଲା l ବର୍ଦ୍ଧିତ ଜନ ଶୁଣାଣୀ ହୋଇଥିବା କୋଦୋମେରୀ ଗାଁରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ୭୪ ଟି ବଡ଼ ଏବଂ ୧୮୯ ଟି ଛୋଟ ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା ସହିତ ୫୦ଟି ପଶୁଙ୍କୁ ସାହାଣ ଟୀକା କରଣ କରାଯାଇଥିଲା ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

1997 ମାଟ୍ରିକ ବ୍ୟାଚ ର ବନ୍ଧୁ ମିଳନ

Sunil Chandra Nayak

ନେହେରୁ ଯୁବ କେନ୍ଦ୍ର ଆନୁକୁଲ୍ୟରେ ଯୁବ ନେତୃତ୍ୱ ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

Sunil Chandra Nayak

ଜିଲ୍ଲା ଆଇନ ସେବା ପ୍ରାଧିକରଣର ତାଲିକାଭୁକ୍ତ ଆଇନଜୀବୀ ମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର

masiha

Leave a Comment

error: Content is protected !!