ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ହେମଗିର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ହେମଗିର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୦୧/୦୯/୨୫: ହେମଗିର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଆମ୍ରିତପାଲ୍ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

    ଆଜି ମୋଟ ୮୨ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୪୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୪ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା। 

ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ସୁଶ୍ରୀ ତେଜସ୍ଵିନୀ ବେହେରା, ଆଇ ଏ ଏସ ସୁଶ୍ରୀ ଫାବୀ ରସିଦ , ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଡାବୁଗାଁରେ ବଳରାମ ମାସ ପାଳନ

ରାଜନଗର ଆରଡି ବିଭାଗର ଘୋଟାଲା,ରାତିରେ ପିଚୁ ରାସ୍ତା ରିପ୍ୟାରିଂ ନାରେ ଲୁଟିନେଲେ ଲକ୍ଷଲକ୍ଷ ଟଙ୍କା 

masiha

ତୃତୀୟ ଜାତୀୟ ଲୋକ ଅଦାଲତ

masiha

Leave a Comment

error: Content is protected !!