ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୁର୍ଗମ ଅଞ୍ଚଳ ଗସ୍ତରେ ଲାଞ୍ଜିଗଡ଼ ବିଧାୟକ ଲୋକଙ୍କ ସମସ୍ୟା ଶୁଣିଲେ, ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ

ଦୁର୍ଗମ ଅଞ୍ଚଳ ଗସ୍ତରେ ଲାଞ୍ଜିଗଡ଼ ବିଧାୟକ

ଲୋକଙ୍କ ସମସ୍ୟା ଶୁଣିଲେ, ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ

ଲାଞ୍ଜିଗଡ଼,୦୬/୦୯(ମନିସ)-ଜିଲ୍ଲା ବିଜୁ ଜନତା ଦଳ ସଭାପତି ଭାବେ ଦାୟିତ୍ୱ ନେବା ପରେ ଆଜି ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଭୁର୍ଟିଗଡ଼ ପଞ୍ଚାୟତ ଗସ୍ତ କରିବା ସହିତ ଏକ ଜନଶୁଣାଣି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ। ଶ୍ରୀ ଦିଶାରୀ ଆଜି ଭୁର୍ଟିଗଡ଼ରେ ପହଞ୍ଚିବା ପରେ ଗ୍ରାମବାସୀ ତାଙ୍କୁ ଉଛ୍ବସିତ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ବିଧାୟକ ସ୍ଥାନୀୟ ହାଇସ୍କୁଲ ପରିଦର୍ଶନ କରି ସ୍କୁଲର ବିଭିନ୍ନ ସମସ୍ୟା ସମ୍ପର୍କରେ ଶିକ୍ଷକ ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟି ଓ ଅଭିଭାବକମାନଙ୍କ ସହିତ ଆଲୋଚନା କରିଥିଲେ। ଏହି ଅବସରରେ ସ୍କୁଲର ପାନୀୟ ଜଳ ସମସ୍ୟା, ହଷ୍ଟେଲ ସମସ୍ୟା ଓ ନୂତନ ରୋଷେଇ ଗୃହ ସମ୍ପର୍କରେ ବିଧାୟକଙ୍କୁ ଅବଗତ କରାଯାଇଥିଲା। ସେହିପରି ମୁଣ୍ଡାବାହାଲ ଗାଁରେ ବିଦ୍ୟୁତିକରଣ, ଅଞ୍ଚଳର ରାସ୍ତା ସମସ୍ୟା ସମ୍ପର୍କରେ ଅଞ୍ଚଳବାସୀ ବିଧାୟକଙ୍କ ନିକଟରେ ଦାବି ଜଣାଇଥିଲେ। ବିଧାୟକଙ୍କ ସହିତ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବିଜେଡି ଜୋନ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ବିଜେଡି ନେତା ହରିଶ୍ଚନ୍ଦ୍ର ବୁଦ୍ଧିଆ, ସରୋଜ ପ୍ରଧାନ, ବିରାଜ ପନ୍ଦର, ଛାତ୍ର ବିଜେଡି ନେତା ସୌରଭ ପାତ୍ରଙ୍କ ସମେତ ସମାଜସେବୀ ହରିଶଙ୍କର ପାତ୍ର, ଗୌରହରି ବାଗ ପ୍ରମୁଖ ଉପସ୍ଥିତ ଥିଲେ। 

ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

କାମାକ୍ଷାନଗର ଗସ୍ତରେ ବାଣିଜ୍ୟ ପରିବହନ ଓ ସ୍କିଲ ଡେଭଲପମେଣ୍ଟ ସଚିବ ଉଷା ପାଢ଼ୀ 

ରଶ୍ମି ରଞ୍ଜନ ସିଦ୍ଧାଶ୍ରମର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ଜଳେଶ୍ୱରରେ ପ୍ରଥମ ଥର ପାଇଁ ଆଇ.ସି.ଏସ. ଈ ବାଲେଶ୍ୱର ଜୋନ୍ ସ୍ତରୀୟ ସ୍କେଟିଙ୍ଗ ଟୁର୍ଣ୍ଣ।ମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Leave a Comment

error: Content is protected !!