ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବଜ୍ରପାତରୁ ରକ୍ଷା ପାଇବା ନିମନ୍ତେ ସଚେତନତା ରଥ ପରିକ୍ରମା ଶୁଭାରମ୍ଭ 

ବଜ୍ରପାତରୁ ରକ୍ଷା ପାଇବା ନିମନ୍ତେ ସଚେତନତା ରଥ ପରିକ୍ରମା ଶୁଭାରମ୍ଭ 

ଢ଼େଙ୍କାନାଳ, ତI. ୮.୯.୨୦୨୫- ଜିଲ୍ଲାରେ ବଜ୍ରପାତରେ ଅଧିକ ଜୀବନ ହାନୀ ଘଟୁଥିବାରୁ ଜନସାଧାରଣଙ୍କୁ ସଚେତନ କରାଇ ସାବଧାନତା ଅବଲମ୍ବନ କରିବା ନିମନ୍ତେ ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ସଚ଼େତନତା ରଥ ପରିକ୍ରମାର ଶୁଭାରମ୍ଭ ହୋଇଛି । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆୟୋଜିତ ଏହି ସଚେତନତା ରଥକୁ ଆଜି ପୂର୍ବାହ୍ନରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠୀ ଏବଂ ଜିଲ୍ଲା ସୂଚ଼ନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅଭିଷେକ ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଜିଲ୍ଲାର ସମସ୍ତ ୨୧୪ଟି ଗ୍ରାମ ପଞ୍ଚାୟତରେ ବୁଲି ଜନସାଧାରଣଙ୍କୁ ବଜ୍ରପାତ ପ୍ରତି ସାବଧାନତା ଅବଲମ୍ବନ କରିବାପାଇଁ ବଜ୍ରପାତ ସମୟରେ କଣ କରିବେ ଓ କଣ କରିବେ ନାହିଁ ସେ ସମ୍ପର୍କରେ ସଚେତନ କରିବ । 

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

masiha

କାମାକ୍ଷାନଗର ରେ ବିଶ୍ୱ ବରା ଦିବସ

Sunil Chandra Nayak

ରାଇରଙ୍ଗପୁର ମଠ, ମନ୍ଦିର,ଦେବାଳୟ,ପୁର ପଲ୍ଲୀରେ ଧୂମଧାମରେ ସାବିତ୍ରୀ ବ୍ରତ ପାଳିତ

masiha

Leave a Comment

error: Content is protected !!