ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅର୍ଚ୍ଚନା ନାଗଙ୍କ ଘରେ ପହଞ୍ଚିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)

ଅର୍ଚ୍ଚନା ନାଗଙ୍କ ଘରେ ପହଞ୍ଚିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)

ଅର୍ଥ କାରବାରକୁ ନେଇ ଦୁଇ ବର୍ଷ ପୂର୍ବରୁ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପହଞ୍ଚିଛି। ‘ଇଡି’ର ସ୍ବତନ୍ତ୍ର ଟିମ୍‌ ଅର୍ଚ୍ଚନାଙ୍କ ଘରେ ଥିବା ଜିନିଷପତ୍ରର ଯାଞ୍ଚ କରୁଛି। ଅର୍ଚ୍ଚନାଙ୍କୁ ପୂର୍ବରୁ ଇଡି ତରଫରୁ ନୋଟିସ୍‌ ଜାରି ହୋଇଥିଲା।

 ସୂଚନାଯୋଗ୍ୟ, ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ। ଆଇପିସିର ବିଭିନ୍ନ ଦଫା ସହିତ ଆଇଟି ଆକ୍ଟରେ ପୁଲିସ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ଏଥି ସହିତ ଖଣ୍ଡଗିରି ଥାନାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଏତଲା ଆଧାରରେ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ୨୦୨୨, ଅକ୍ଟୋବର ୬ରେ ଅର୍ଚ୍ଚନା ଗିରଫ ହୋଇ ଜେଲ ଯାଇଥିଲେ। ଅର୍ଚ୍ଚନାଙ୍କ ବେଆଇନ କାର୍ଯ୍ୟକଳାପ ଓ କଳାଟଙ୍କା ପ୍ରସଂଗ ସମ୍ମୁଖକୁ ଆସିବା ପରେ ଇଡି ଘଟଣାର ତଦନ୍ତ କରିଥିଲା। ୨୦୨୨, ଡିସେମ୍ବର ୧୩ରେ ଇଡି ଅର୍ଚ୍ଚନାଙ୍କୁ ଗିରଫ କରିଥିଲା। ଗିରଫ ହେବାର ୧୪ ମାସ ପରେ ୨୦୨୩ ଡିସେମ୍ବର ୧୨ ତାରିଖରେ ଅର୍ଚ୍ଚନା ନାଗ ଝାରପଡ଼ା ଜେଲରୁ ବାହାରି ଥିଲେ। ତାଙ୍କୁ ନେବା ଲାଗି ସ୍ବାମୀ ଜଗବନ୍ଧୁ ଚାନ୍ଦ ଝାରପଡ଼ା ଜେଲ୍‌ରେ ପହଞ୍ଚି ଥିଲେ। ଅର୍ଚ୍ଚନାଙ୍କ ତରଫରୁ ଆଇନଜୀବ ଜୟଦୀପ ପାଲ ମାମଲା ପରିଚାଳନା କରୁଥିଲେ।

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ। ପୂର୍ବରୁ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାର ଦୁଇ ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳି ସାରିଥିବା ବେଳେ ଇଡି ମାମଲାରେ ଜାମିନ ମଞ୍ଜୁର ପରେ ଜେଲରୁ ବାହାରିବା ପାଇଁ ତାଙ୍କ ପଥ ପରିଷ୍କାର ହୋଇଥିଲା।

 ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ!

Related posts

ଧର୍ମଗଡ:ଭିଜିଲାନ୍ସ ଜାଲରେ ବୃନ୍ଦାବାହାଲ ସରପଞ୍ଚ। ୫.୪ ଲକ୍ଷ୍ୟ ଟଙ୍କା ଜବତ କଲା ଭିଜିଲାନ୍ସ ବିଭାଗ

masiha

ଜଙ୍ଗଲ ରେ ନିଆ ଲଗେଇବା ଅଭିଯୋଗ ରେ ଜଣେ ଗିରଫ

Sunil Chandra Nayak

ପୂର୍ବତନ ବାହୁବଳୀ ବିଧାୟକ ଙ୍କ ଘରେ ଆଇଟି ରେଡ୍,ସବୁଠି ଛାନଭିନ

Leave a Comment

error: Content is protected !!