ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୟପାଟଣା ଠାରେ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଜୟପାଟଣା ଠାରେ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

କଳାହାଣ୍ଡି ଜିଲ୍ଲା ଜୟପାଟଣା ଠାରେ ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୭୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୪୮ ଗୋଟି ଓ ସାମୂହିକ ୨୩ ଗୋଟି ରହିଥିବା ବେଳେ ୧୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ, ଭତ୍ତା, ପାନୀୟଜଳ,ରାସ୍ତା ନିର୍ମାଣ, ଆର୍ଥିକ ସହାୟତା, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ଅବକାରୀ ବିଦ୍ୟୁତ୍,ଜଳଛାୟା,ସମବାୟ, ବ୍ଯାଙ୍କ ତହସିଲ, ବ୍ଲକ ଇତ୍ୟାଦି ସମ୍ବନ୍ଧୀୟ ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ବ୍ଲକ ଅଧ୍ୟକ୍ଷ ଥବିର ବାଗ, ଜିଲ୍ଲା ପରିଷଦ ସଭ୍ୟ ଅଙ୍ଗଦ ମାଝୀ, ବିଡିଓ ଧର୍ମରାଜ ମାଝୀ, ତହସିଲଦାର ରଘୁନାଥ ମୁଣ୍ଡାରୀ, ଏସ୍ ଡି ପିଓ ଡ଼ୋଲାମଣୀ ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ପିଡି, ୱାଟର ସେଡ,ପ୍ରଭାକର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ଜିଲା ସ୍ତରୀୟ ରନିଆର ସାମାଜ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ 

masiha

କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା 

masiha

ମିଟର ରିଡର୍ ଲକ୍ଷ୍ମୀ ନାରାୟଣଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!