ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶତାୟୁ,ପିଏମ୍ ଶ୍ରୀ ବି.ବି.ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳରେ ବର୍ଣ୍ଣାଢ଼୍ୟ ହିନ୍ଦୀ ପକ୍ଷ -୨୦୨୫ ଓ ଦିବସ ଉଦ୍ ଯାପିତ

ଶତାୟୁ,ପିଏମ୍ ଶ୍ରୀ ବି.ବି.ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳରେ ବର୍ଣ୍ଣାଢ଼୍ୟ ହିନ୍ଦୀ ପକ୍ଷ -୨୦୨୫ ଓ ଦିବସ ଉଦ୍ ଯାପିତ

 ଢେଙ୍କାନାଳ: ତା.୧୪.୦୯.୨୦୨୨ ରିଖ: ( )ଆଜି ସ୍ଥାନୀୟ ଶତାୟୁ,ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ଦିବା ୧୧ ଘଟିକା ସମୟରେ ଢେଙ୍କାନାଳ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ମନୋଜ ରଞ୍ଜନ ଦଳେଇ,ଓଡ଼ିଶା ଶିକ୍ଷା ସେବା ପ୍ରଥମ (ବରିଷ୍ଠ)ଙ୍କ ମାର୍ଗଦର୍ଶନରେ ବରିଷ୍ଠା ଶିକ୍ଷୟିତ୍ରୀ ତଥା ଦାୟିତ୍ବରେ ଥିବା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁନୀତାବାଳା ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ବିଦ୍ୟାଳୟର ବରିଷ୍ଠ ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲଙ୍କ ବଳିଷ୍ଠ ସଂଯୋଜନାରେ ହିନ୍ଦୀ ପକ୍ଷ -୨୦୨୫ ପାଳନ ଅବସରରେ ଉଦ୍ ଯାପନୀ ଉତ୍ସବ ଭାବରେ ବର୍ଣ୍ଣାଢ଼୍ୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ବରିଷ୍ଠା ଶିକ୍ଷୟିତ୍ରୀ ତଥା ଦାୟିତ୍ବରେ ଥିବା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁନୀତାବାଳା ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ବିଦ୍ୟାଳୟର ବରିଷ୍ଠ ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲଙ୍କ ବଳିଷ୍ଠ ସଂଯୋଜନାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବରେ ବରିଷ୍ଠ ଶିକ୍ଷାବିତ୍ ଡ଼ା.ଦେବୀ ପ୍ରସାଦ ମିଶ୍ର,ଅନ୍ୟତମ ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟର ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଡ.ଅନୁପମା ମିଶ୍ର ଓ ସଂସ୍କୃତ ଶିକ୍ଷକ ଦୀପ୍ତିଶ କୁମାର ଶତପଥୀ ଯୋଗଦାନ କରିଥିଲେ।ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ମନୋଜ ରଞ୍ଜନ ଦଳେଇ,ଓଡ଼ିଶା ଶିକ୍ଷା ସେବା ପ୍ରଥମ (ବରିଷ୍ଠ) ସ୍ଵୀୟ ବାର୍ତ୍ତାରେ ଭାରତରେ ହିନ୍ଦୀ ରାଷ୍ଟ୍ରଭାଷାର ଆବଶ୍ୟକତା ଓ ଅଧ୍ୟୟନର ସୁଦୂରପ୍ରସାରୀ ପ୍ରଭାବ ରହିଥିବାରୁ ସମସ୍ତେ ଏହି ଭାଷାକୁ ଶିଖିବା ଦରକାର ବୋଲି ଦୃଢ଼ ମତପ୍ରକାଶ କରିଥିଲେ।ମୁଖ୍ୟଅତିଥି ଭାବରେ ବରିଷ୍ଠ ଶିକ୍ଷାବିତ୍ ଡ଼ା.ଦେବୀ ପ୍ରସାଦ ମିଶ୍ର ଯୋଗଦାନ କରି ସ୍ଵୀୟ ହିନ୍ଦୀ ଭାଷାରେ ବକ୍ତବ୍ୟରେ ଢେଙ୍କାନାଳ ମାଟିର ସମର କବି ବ୍ରଜନାଥ ବଡ଼ଜେନା ହିନ୍ଦୀ ଭାଷାରେ ଉନ୍ନତ ସାହିତ୍ୟ ସୃଷ୍ଟି କରି ସ୍ୱ ପ୍ରତିଭାର ପରିଚୟ ପ୍ରଦାନ କରିଛନ୍ତି ବୋଲି ପ୍ରକାଶ କରିଥିଲେ।ରାଷ୍ଟ୍ରଭାଷା ହିନ୍ଦୀ ଦିବସ ପାଳନର ତାତ୍ପର୍ଯ୍ୟ ଓ ଭାରତରେ ଏହାର ପରିବ୍ୟାପ୍ତତା ହିଁ ହିନ୍ଦୀ ଭାଷାକୁ ଲୋକପ୍ରିୟ କରି ଏହାକୁ ଆନ୍ତର୍ଜାତୀୟ ସ୍ତର ପର୍ଯ୍ୟନ୍ତ ପହଞ୍ଚାଇ ପାରିଛି ବୋଲି ଦୃଢ଼ ଅଭିବ୍ୟକ୍ତି ପ୍ରଦାନ କରିଥିଲେ।ବରିଷ୍ଠା ଶିକ୍ଷୟିତ୍ରୀ ତଥା ଦାୟିତ୍ବରେ ଥିବା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁନୀତାବାଳା ଷଡ଼ଙ୍ଗୀ ସ୍ଵୀୟ ହିନ୍ଦୀ ଭାଷାରେ ନିଜର ଅଭିଭାଷଣରେ ହିନ୍ଦୀ ଶିକ୍ଷା ପ୍ରତି ଅଧିକ ଆଗ୍ରହର ଅଭିବୃଦ୍ଧି ପାଇଁ ଦୃଢ଼ ଆହ୍ଵାନ ଜଣାଇଥିଲେ। ବିଦ୍ୟାଳୟର ବରିଷ୍ଠ ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲ ହିନ୍ଦୀ ଭାଷାରେ ସ୍ଵାଗତ ଭାଷଣ,ଅତିଥି ପରିଚୟ ପ୍ରଦାନ,ବାର୍ଷିକ ବିବରଣୀ ଉପସ୍ଥାପନ,କାର୍ଯ୍ୟକ୍ରମର ବଳିଷ୍ଠ ସଫଳ ସଂଯୋଜନା କରିବା ସଙ୍ଗେ ସଙ୍ଗେ ସ୍ଵୀୟ ବକ୍ତବ୍ୟରେ ରାଷ୍ଟ୍ରଭାଷା ହିନ୍ଦୀ ଦିବସ ପାଳନର ତାତ୍ପର୍ଯ୍ୟ ଓ ଭାରତରେ ଏହାର ପରିବ୍ୟାପ୍ତତା ହିଁ ହିନ୍ଦୀ ଭାଷାକୁ ଲୋକପ୍ରିୟ କରିପାରିଛି ବୋଲି ଦୃଢ଼ ଅଭିବ୍ୟକ୍ତି ପ୍ରଦାନ କରିବା ସହିତ ଏକ ଦେଶାତ୍ମବୋଧକ ହିନ୍ଦୀ କବିତା ପାଠ କରିଥିଲେ।ପ୍ରାର୍ଥନା ସଭା ପରେ ପରେ ହିନ୍ଦୀ ଭାଷାରେ ପ୍ରାର୍ଥନା ଶପଥ,କୁଇଜ୍,ପ୍ରବନ୍ଧ, ବାଗ୍ମିତା,ବିତର୍କ,ଚିତ୍ରାଙ୍କନ, ଦେଶାତ୍ମବୋଧକ ସଙ୍ଗୀତ ଓ ହିନ୍ଦୀ ସଙ୍ଗୀତର ତାଳେତାଳେ ଦଳଗତ ନୃତ୍ୟ ମାଧ୍ୟମରେ ସୁନ୍ଦର ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ପ୍ରତିଯୋଗିତା ଦର୍ଶକମଣ୍ଡଳୀ ଦ୍ବାରା ବେଶ୍ ଉପଭୋଗ୍ୟ ହୋଇପାରିଥିଲା।ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଓ ସମସ୍ତ ଅଂଶଗ୍ରହଣକାରୀଙ୍କୁ ମଞ୍ଚାସୀନ ଅତିଥି ବୃନ୍ଦ ପର୍ଯ୍ୟାୟକ୍ରମେ ପ୍ରଶଂସା ପତ୍ର ଓ ମେମେଣ୍ଟୋ ପ୍ରଦାନ କରି ସମ୍ୱର୍ଦ୍ଧିତ କରିଥିଲେ।ସଭା ପ୍ରାରମ୍ଭରେ ଛାତ୍ରୀମାନଙ୍କ ଦ୍ବାରା ସମବେତ ଆବାହନୀ ସ୍ଵାଗତ ସଙ୍ଗୀତ,ପରିଶେଷରେ ଦଳଗତ ଉଦ୍ ଯାପନୀ ସଙ୍ଗୀତ ଗାନ କରା ଯାଇଥିଲା।ସଭା ପ୍ରାରମ୍ଭରେ ମଞ୍ଚାସୀନ ଅତିଥିବୃନ୍ଦଙ୍କୁ ପୁଷ୍ପଗୁଚ୍ଛ ଅର୍ପଣ ପୂର୍ବକ ସ୍ୱାଗତ କରାଯାଇଥିଲା।ମଞ୍ଚାସୀନ ଅତିଥିବୃନ୍ଦ ପ୍ରଧାନ ଶିକ୍ଷକଙ୍କ ପ୍ରକୋଷ୍ଠରେ ଅଧିଷ୍ଠିତ ବଳଭଦ୍ର,ଜଗନ୍ନାଥ ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ,ଚନ୍ଦନ ଓ ଧୂପ ଅର୍ପଣ କରିଥିଲେ।ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଡ.ଅନୁପମା ମିଶ୍ର ମଙ୍ଗଳାଚରଣ ଗାନ ଓ ଶାନ୍ତିପାଠ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ,ଉପସଭାପତି ସୁପ୍ରଭା ସ୍ୱାଇଁ, ସଦସ୍ୟା ଝରଣା ପାତ୍ର,ମୀନା ନାଏକ,ସୀମା ରାଣୀ ସାହୁ, ପ୍ରଭାସିନୀ ସାହୁ,ବିଜୟଲକ୍ଷ୍ମୀ ଜେନା,ଲକ୍ଷ୍ମୀକାନ୍ତ ଜେନା, ଦିଲାବର ହୁସେନ,ବିରଞ୍ଚି ନାଏକଙ୍କ ସମେତ ବିଦ୍ୟାଳୟର ବହୁ ପୂରାତନ ଛାତ୍ରୀ ଛାତ୍ର,ବର୍ତ୍ତମାନର ୬୫୦ ରୁ ଉର୍ଦ୍ଧ୍ବ ଛାତ୍ରୀ,ଛାତ୍ର, ସେମାନଙ୍କର ପିତା ମାତା,ଅଭିଭାବିକା,ଅଭିଭାବକ ମଧ୍ୟ ପର୍ଯ୍ୟାୟକ୍ରମେ ଯୋଗଦାନ କରି ଏହି କାର୍ଯ୍ୟକ୍ରମରେ ସକ୍ରିୟ ଓ ସଫଳ ଅଂଶଗ୍ରହଣ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ସଭାପତି ଭାବରେ ବରିଷ୍ଠା ଶିକ୍ଷୟିତ୍ରୀ ତଥା ଦାୟିତ୍ବରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁନିତାବାଳା ଷଡ଼ଙ୍ଗୀ,ସ୍ୱାଗତିକା ରଥ,ସୁଜାତା ପଣ୍ଡା,ସୁଚିତ୍ରା ସାହୁ,ନଳିନୀ ବେହେରା,ଜ୍ୟୋତି ରଞ୍ଜନ ନାୟକ,କିରଣମୟୀ ମହାଳିକ,କଲ୍ୟାଣୀ ବଡ଼ଜେନା, କ୍ଷୀରାବଧିତନୟା ମହାପାତ୍ର,ସ୍ମିତିସୁଧା ଜେନା,ଅନିତା ସାହୁ, ସ୍ମିତା ପଟ୍ଟନାୟକ,କାର୍ଯ୍ୟାଳୟ ସହକାରୀ ସୁଦର୍ଶନ ସାହୁ ଓ ଅଜିତ ବାରିକ,ଶୁଭଶ୍ରୀ ଦେବସ୍ମିତା ରାଉତ, ସୁଜିତ କୁମାର ବାରା,ବାସୁଦେବ ରଣା,ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା,ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସକ୍ରୀୟ ଓ ସଫଳ ଅଂଶଗ୍ରହଣ କରିଥିଲେ।ପରିଶେଷରେ ବିଦ୍ୟାଳୟର ବରିଷ୍ଠ ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲ କାର୍ଯ୍ୟକ୍ରମର ଅଭୂତପୂର୍ବ ସଫଳତା ପାଇଁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଡା.ଦେବୀ ପ୍ରସାଦ ମିଶ୍ର ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ଼ ଠାରେ ୩୧ତମ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ କ୍ୟାମ୍ପୋରି ଉଦଘାଟିତ

Sunil Chandra Nayak

ଡିଜିଟାଲ କ୍ରପ ସର୍ଭେ ଉପରେ ବୈଠକ 

masiha

Massive Corruption in Rayagada Forest Division: Forest squad appears before Lokayukta in response to complains made by Rayagada activists

masiha

Leave a Comment

error: Content is protected !!